ଆତ୍ମାର ଅଧ୍ୟକ୍ଷ ହେଲେ ସୂର୍ଯ୍ୟ ନାରାୟଣ 

ପୁରୁଷୋତ୍ତମପୁର,୨୧/୧(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମାର ଅଧ୍ୟକ୍ଷ ପଦବୀ ଲାଗି  ନିର୍ବାଚନ ଶନିବାର କୃଷି ବିଭାଗିୟ କାର୍ଯ୍ୟାଳୟ ଠାରେ  ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ଭାବେ  ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ନିର୍ଦ୍ବନ୍ଦ ରେ ନିର୍ବାଚିତ ହୋଇଛନ୍ତି।
ଏହି ନିର୍ବାଚନ ବେଳେ ସମୁଦାୟ ୨୦ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭ ଜଣ ଉପସ୍ଥିତ ଥିବା ବେଳେ ସୂର୍ଯ୍ୟ ନାରାୟଣ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ଫଳରେ ନିର୍ବାଚନ ଅଧିକାରୀ ଭାବେ ରହିଥିବା ଅତିରିକ୍ତ ବିଡିଓ ନିରାକାର ଯେନା  ଅଧ୍ୟକ୍ଷ ଭାବେ ଘୋଷଣା କରିଥିଲେ। ଏହି ବ୍ଲକଟି ଦୁଇ ଗୋଟି ନିର୍ବାଚନ ମଣ୍ଡଳୀରେ ରହିଛି।
ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ଓ କବିସୂର୍ୟ୍ଯନଗର ବିଧାୟିକା ଲତିକା ପ୍ରଧାନଙ୍କ ସହମତିରେ ସୂର୍ଯ୍ୟ ନାରାୟଣ ପଣ୍ଡା ନିର୍ବାଚିତ ହୋଇଛନ୍ତି।  ଖଲ୍ଲିକୋଟ ବିଧାୟିକାଙ୍କ ପ୍ରତିନିଧି ତଥା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା, ସୁଭ୍ରାଶୁଂ ଶେଖର ସାବତ ଉପସ୍ଥିତ ରହି ଗୋଟି ଚାଳନା ଯୋଗୁଁ ବିରୋଧି ଭାବେ କେହିହେଲେ  ପ୍ରାଥି ଲାଗି ନାମାଙ୍କନ ପତ୍ର ଦାଖଲ କରି ନ ଥିଲେ ।
ଏହି ନିର୍ବାଚନକୁ ବ୍ଳକ କୃଷି ଅଧିକାରୀ ଡଃ ପ୍ରମୋଦ କୁମାର ମହାପାତ୍ର, ସହକାରୀ କୃଷି ଅଧିକାରୀ ଦେବାଶିଷ ବିନ୍ଧାଣୀ, ପଶୁଚିକିତ୍ସା ଅଧିକାରୀ ଡା ମନୋଜ କୁମାର ଶତପଥୀ, ମସ୍ଯବିଭାଗିୟ ଅଧିକାରୀ  ଫ୍ଳୋରା ମହାନ୍ତିଙ୍କ ସମେତ ଉଦ୍ଯାନ ଓ ମୃତିକା ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ନିର୍ବାଚନକୁ ପରିଚାଳନାକରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri