ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା ପୁନର୍ବାର ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ଭରସା କରିଥିବା ବେଳେ ବିଜେଡି ରାଜନୀତିରେ ନବାଗତ ଡା. ସଞ୍ଜୟ ଦାସଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ଏଠାରେ ନୂଆ ମୁହଁ ରଞ୍ଜନ କୁମାର ବେହେରାଙ୍କୁ ଟିକେଟ ଦେଇଛି।
ସୂର୍ଯ୍ୟବଂଶୀ ଓ ସଞ୍ଜୟ ତାଙ୍କ କର୍ମୀ ଓ ଭୋଟରମାନଙ୍କୁ ଭେଟି ନିର୍ବାଚନ ପ୍ରଚାର ଚଳାଇଥିବା ବେଳେ କଂଗ୍ରେସ ପଛରେ ପଡ଼ିଯାଇଥିବା ଭଳି ଲକ୍ଷ୍ୟ କରାଯାଉଛି। ସଞ୍ଜୟ ସମର୍ଥକଙ୍କ ସହ ବୁଲୁଥିବା ବେଳେ ଲୋକଙ୍କ ମନ ଜିଣିବାକୁ ରୋଗୀ ସେବା କରୁଛନ୍ତି। ସଞ୍ଜୟଙ୍କ ପ୍ରମୁଖ ମେଣ୍ଟର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ନାୟକ ତାଙ୍କୁ କେତେଦୂର ଭରସା ହେବେ, ତାହା ଉପରେ କର୍ମୀଙ୍କ ନଜର ରହିଛି। ସେହିଭଳି ସୂର୍ଯ୍ୟବଂଶୀ ଲୋକଙ୍କ ସୁଖଦୁଃଖରେ ସାମିଲ ହୋଇ ସାଧାରଣ ଲୋକଙ୍କ ହୃଦୟ ଜିଣିବାକୁ ଉଦ୍ୟମ ଜାରି ରଖିଛନ୍ତି। ଇତିମଧ୍ୟରେ ଭଦ୍ରକ ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ଧାମନଗର ଗସ୍ତ କରି ଦଳୀୟ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି। ଉଭୟ ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ସପକ୍ଷରେ ଧାମନଗରରେ ଅଧିକ ଭୋଟ ହାତେଇବାକୁ ଦଳୀୟ କର୍ମୀମାନେ ଏବେଠାରୁ ଅଣ୍ଟା ଭିଡ଼ିବାକୁ ସେ ସାଧାରଣରେ ନିବେଦନ କରିଛନ୍ତି।
ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗ ପରେ ୨୦୨୨ ଶେଷ ବେଳକୁ ଏଠାରେ ଉପନିର୍ବାଚନ ହୋଇଥିଲା। ବିଷ୍ଣୁଙ୍କ ପୁଅ ସୂର୍ଯ୍ୟବଂଶୀ ଭାଜପାରୁ ପ୍ରାର୍ଥୀ ହୋଇଥିଲେ। ପୂର୍ବତନ ବିଧାୟକ ତଥା ତତ୍କାଳୀନ ବିଜେଡି ନେତା ରାଜେନ୍ଦ୍ର ଦାସଙ୍କୁ ଦଳ ଟିକେଟ ନ ଦେଇ ମହିଳା କାର୍ଡ ଖେଳି ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରିଥିଲା। ମାତ୍ର ରାଜେନ୍ଦ୍ର ବିଦ୍ରୋହ କରି ସ୍ବାଧୀନ ଭାବେ ଉପନିର୍ବାଚନ ଲଢ଼ିବାରୁ ବିଜେଡିକୁ ପରାଜୟବରଣ କରିବାକୁ ପଡ଼ିଥିଲା। ଉକ୍ତ ଉପନିର୍ବାଚନରେ କଂଗ୍ରେସ ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କରି ମାତ୍ର ୩,୫୬୧ ଖଣ୍ଡ ଭୋଟ୍‌ ପାଇବାକୁ ସକ୍ଷମ ହୋଇଥିଲା। ଉପନିର୍ବାଚନ ପରେ କଂଗ୍ରେସର ସ୍ଥିତି ଅତ୍ୟନ୍ତ ଦୁର୍ବଳ ସ୍ଥାନକୁ ଚାଲିଯାଇଥିଲା। ଏବେ କଂଗ୍ରେସ ତା’ର ସ୍ଥିତି ବଜାୟ ରଖିବାକୁ ନବାଗତ ରଞ୍ଜନଙ୍କୁ ପ୍ରାର୍ଥୀ କରିଛି। ହେଲେ ଏଠାରେ ଭାଜପା ଓ ବିଜେଡି ମଧ୍ୟରେ କଡ଼ା ମୁକାବିଲା ହେବା ନେଇ ଚର୍ଚ୍ଚା ହେଉଛି।
ନିର୍ବାଚନରେ ଭାଜପା ପ୍ରାର୍ଥୀ ସ୍ବର୍ଗତ ବିଷ୍ଣୁ ସେଠୀ ୮୦, ୧୧୧, ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଦାସ ୭୫,୪୮୬ ଏବଂ କଂଗ୍ରେସ ପ୍ରାର୍ଥୀ ବିଦ୍ୟାଧର ଜେନା ୭,୩୦୩ ଖଣ୍ଡ ଭୋଟ ପାଇଥିଲେ। ତେବେ ଏଥର ନିର୍ବାଚନରେ ଭାଜପା ଓ ବିଜେଡି ମଧ୍ୟରେ ଭୋଟ ବ୍ୟବଧାନ କେତେ ରହିବ ତାହାକୁ ନେଇ ଅଙ୍କକଷା ଚାଲିଛି। କଂଗ୍ରେସ ପ୍ରାର୍ଥୀ ରଞ୍ଜନ ତାଙ୍କର ନିଜସ୍ବ ଭୋଟ ବଜାୟ ରଖି ନୂତନ ଭାବେ ଭୋଟରଙ୍କ ସମର୍ଥନ ହାସଲ କରିବାରେ କେତେଦୂର ସମର୍ଥ ହେବେ, ତାହା ଉପରେ ମଧ୍ୟ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri