ଇଞ୍ଜିନିୟରରୁ ରାଷ୍ଟ୍ରମନ୍ତ୍ରୀ

ଭଦ୍ରକ,୧୩।୬ (ସନାତନ ରାଉତ)ଭଦ୍ରକ ଜିଲା ଧାମନଗରର ନବନିର୍ବାଚିତ ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ପାହ୍ୟା) ପଦ ମିଳିଛି। ଇଞ୍ଜିନିୟରିଂରେ ଡିଗ୍ରୀ ଅର୍ଜନ କରିବା ପରେ ସେ ବିଦେଶରେ ଏକ କମ୍ପାନୀରେ କିଛି ମାସ କାମ କରିଥିଲେ। ପିତା ତଥା ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କୁ ନିର୍ବାଚନୀ କାର୍ଯ୍ୟରେ ସାହାଯ୍ୟ କରିବା ପାଇଁ ଚାକିରି ଛାଡ଼ି ଧାମନଗରରେ ପ୍ରଚାର କାର୍ଯ୍ୟରେ ସାମିଲ ହୋଇଥିଲେ। ଧାମନଗର ବିଧାୟକ ଥିବାବେଳେ ୨୦୨୨ ସେପ୍ଟେମ୍ବର ୧୯ରେ ବିଷ୍ଣୁଙ୍କ ପରଲୋକ ହୋଇଥିଲା। ୨୦୨୨ ନଭେମ୍ବର ୩ରେ ଧାମନଗର ଉପନିର୍ବାଚନରେ ଭାଜପାରୁ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କରାଯାଇଥିଲା। ଯୁବ ଚେହେରା ଓ ବାକ୍‌ଚାତୁରୀ ସାଙ୍ଗକୁ ଅନୁକମ୍ପାମୂଳକ ଭୋଟ ସାହାଯ୍ୟରେ ସେ ଉପନିର୍ବାଚନ ଜିତିଥିଲେ। ସବୁ ଉପନିର୍ବାଚନରେ ବିଜେଡି ବିଜୟଲାଭ କରୁଥିବା ବେଳେ ଏହି ବିଜୟଧାରାରେ ବ୍ରେକ୍‌ ଲଗାଇ ସେ ସାରା ଓଡ଼ିଶାର ଚର୍ଚ୍ଚିତ ଚେହେରା ପାଲଟିଥିଲେ। ମାତ୍ର ୧୫ ମାସର କାର୍ଯ୍ୟକାଳ ମଧ୍ୟରେ ଧାମନଗରବାସୀଙ୍କ ଲୋକପ୍ରିୟତା ହାସଲ କରି ୨୦୨୪ ନିର୍ବାଚନରେ ପୁନର୍ବାର ବିଜୟୀ ହୋଇଛନ୍ତି। ଏଥର ନିର୍ବାଚନରେ ବିଜେଡିର ଗଡ଼ ଥିବା ଭଦ୍ରକ ଓ ଧାମନଗର ଆସନରେ ଭାଜପାକୁ ସଫଳତା ମିଳିଥିବା ବେଳେ ସୂର୍ଯ୍ୟବଂଶୀଙ୍କୁ ମନ୍ତ୍ରୀ ପଦ ମିଳିବା ନେଇ ଭାଜପା କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଜଣେ ଇଞ୍ଜିନିୟରରୁ ଓଡ଼ିଶା ସରକାରର ମନ୍ତ୍ରୀ ହେବା ଧାମନଗର ପାଇଁ ଗୌରବର ବିଷୟ। ସେ ଅବିବାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri