ଇଞ୍ଜିନିୟରରୁ ରାଷ୍ଟ୍ରମନ୍ତ୍ରୀ

ଭଦ୍ରକ,୧୩।୬ (ସନାତନ ରାଉତ)ଭଦ୍ରକ ଜିଲା ଧାମନଗରର ନବନିର୍ବାଚିତ ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ପାହ୍ୟା) ପଦ ମିଳିଛି। ଇଞ୍ଜିନିୟରିଂରେ ଡିଗ୍ରୀ ଅର୍ଜନ କରିବା ପରେ ସେ ବିଦେଶରେ ଏକ କମ୍ପାନୀରେ କିଛି ମାସ କାମ କରିଥିଲେ। ପିତା ତଥା ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କୁ ନିର୍ବାଚନୀ କାର୍ଯ୍ୟରେ ସାହାଯ୍ୟ କରିବା ପାଇଁ ଚାକିରି ଛାଡ଼ି ଧାମନଗରରେ ପ୍ରଚାର କାର୍ଯ୍ୟରେ ସାମିଲ ହୋଇଥିଲେ। ଧାମନଗର ବିଧାୟକ ଥିବାବେଳେ ୨୦୨୨ ସେପ୍ଟେମ୍ବର ୧୯ରେ ବିଷ୍ଣୁଙ୍କ ପରଲୋକ ହୋଇଥିଲା। ୨୦୨୨ ନଭେମ୍ବର ୩ରେ ଧାମନଗର ଉପନିର୍ବାଚନରେ ଭାଜପାରୁ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କରାଯାଇଥିଲା। ଯୁବ ଚେହେରା ଓ ବାକ୍‌ଚାତୁରୀ ସାଙ୍ଗକୁ ଅନୁକମ୍ପାମୂଳକ ଭୋଟ ସାହାଯ୍ୟରେ ସେ ଉପନିର୍ବାଚନ ଜିତିଥିଲେ। ସବୁ ଉପନିର୍ବାଚନରେ ବିଜେଡି ବିଜୟଲାଭ କରୁଥିବା ବେଳେ ଏହି ବିଜୟଧାରାରେ ବ୍ରେକ୍‌ ଲଗାଇ ସେ ସାରା ଓଡ଼ିଶାର ଚର୍ଚ୍ଚିତ ଚେହେରା ପାଲଟିଥିଲେ। ମାତ୍ର ୧୫ ମାସର କାର୍ଯ୍ୟକାଳ ମଧ୍ୟରେ ଧାମନଗରବାସୀଙ୍କ ଲୋକପ୍ରିୟତା ହାସଲ କରି ୨୦୨୪ ନିର୍ବାଚନରେ ପୁନର୍ବାର ବିଜୟୀ ହୋଇଛନ୍ତି। ଏଥର ନିର୍ବାଚନରେ ବିଜେଡିର ଗଡ଼ ଥିବା ଭଦ୍ରକ ଓ ଧାମନଗର ଆସନରେ ଭାଜପାକୁ ସଫଳତା ମିଳିଥିବା ବେଳେ ସୂର୍ଯ୍ୟବଂଶୀଙ୍କୁ ମନ୍ତ୍ରୀ ପଦ ମିଳିବା ନେଇ ଭାଜପା କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଜଣେ ଇଞ୍ଜିନିୟରରୁ ଓଡ଼ିଶା ସରକାରର ମନ୍ତ୍ରୀ ହେବା ଧାମନଗର ପାଇଁ ଗୌରବର ବିଷୟ। ସେ ଅବିବାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri