ଥାନାକୁ ଆସିଲେନି ସୂର୍ଯ୍ୟକାନ୍ତ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ‘ମୋ ସାଇକେଲ’ କବାଡିଖାନାକୁ ଯିବା ତଥା ୩ଶହ ସାଇକେଲ ହଜିବା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ଶହୀଦ ନଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପ୍ରାଥମିକ ପର୍ଯ୍ୟାୟରେ ଡକ୍‌ରୁ ୫୮ଟି ମୋ ସାଇକେଲ୍‌କୁ ଜବତ ମଧ୍ୟ କରାଯାଇଛି। ଏଥିସହ କବାଡିଖାନାର ମାଲିକଙ୍କୁ ପଚାରଉଚରା କରାଯାଇଥିବାବେଳେ ମାମଲାରେ ଅଧିକ ତଦନ୍ତ ପାଇଁ ହେକ୍ସି କମ୍ପାନୀର ସାଇକେଲ ପରିଚାଳନା ଦାୟିତ୍ୱରେ ଥିବା ସୂର୍ଯ୍ୟକାନ୍ତ ଦଳବେହେରାଙ୍କୁ ବୁଧବାର ଥାନାକୁ ଡକା ଯାଇଥିଲା। ତେବେ ସେ ଥାନାରେ ହାଜର ହୋଇ ନ ଥିଲେ। ଗୁରୁବାର ଦିଲ୍ଲୀରୁ କମ୍ପାନୀର ଜଣେ ଅଧିକାରୀ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଥାନାରେ ହାଜର ହେବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସମ୍ପୃକ୍ତ ଅଧିକାରୀଙ୍କୁ ଜେରା ପରେ ଅନ୍ୟାନ୍ୟ ତଥ୍ୟ ମିଳିପାରିବ। ଚୋରି ହୋଇଥିବା ସମସ୍ତ ସାଇକେଲ ଜବତ କରାଯିବା ସହ ଏହି ଘଟଣାରେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ‘ମୋ ସାଇକେଲ ଯୋଜନା’ରେ ହେକ୍ସି କମ୍ପାନୀ ପକ୍ଷରୁ ଆସିଥିବା ୧ହଜାର ସାଇକେଲ ମଧ୍ୟରୁ ଶତାଧିକ କବାଡିଖାନାରେ ବିକ୍ରି ହୋଇଥିଲା। ଏହାକୁ ନେଇ ରାଜଧାନୀବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଭାଜପା ପକ୍ଷରୁ ଏ ନେଇ ବିକ୍ଷୋଭ ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri