Posted inଖେଳ

ଲଜ୍ଜାଜନକ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର

ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୧୬ ଓଭରରେ ୧୧୭ ରନରେ ଅଲଆଉଟ୍‌ ହୋଇଛି।
ଏହି ମ୍ୟାଚ୍‌ରେ ଭାରତୀୟ ଦଳର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ତାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ ଦୁଇଥର ‘ଶୂନ’ରେ ଆଉଟ୍‌ ହୋଇଥିବା ସୂର୍ଯ୍ୟକୁମାର ଯାଦବ ପଞ୍ଚମ ଭାରତୀୟ ଖେଳାଳି ହୋଇଛନ୍ତି। ଏହି ମ୍ୟାଚ୍‌ରେ ସୁର୍ଯ୍ୟକୁମାର ଯାଦବ ମିଚେଲ ଷ୍ଟାର୍କଙ୍କ ପ୍ରଥମ ବଲରେ ଆଉଟ୍‌ ହୋଇଥିଲେ। ଏଥିସହିତ ମୁମ୍ବାଇ ଏକଦିବସୀୟ ମ୍ୟାଚରେ ମଧ୍ୟ ସୂର୍ଯ୍ୟକୁମାର ଯାଦବ ତାଙ୍କ ଆକାଉଣ୍ଟ ଖୋଲିପାରି ନ ଥିଲେ।
ଅଷ୍ଟ୍ରେଲିଆ ବିପକ୍ଷ ଏକ ଦିନିକିଆ ସିରିଜରେ ଦୁଇଥର ‘ଶୂନ’ରେ ଆଉଟ୍‌ ହୋଇଥିବା ରାହୁଲ ଦ୍ରାବିଡ ହେଉଛନ୍ତି ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ। ଏହି ଲଜ୍ଜାଜନକ ରେକର୍ଡ ୨୦୦୭ରେ ଭାରତୀୟ ଦଳର ବର୍ତ୍ତମାନର କୋଚଙ୍କ ନାମରେ ରେକର୍ଡ କରାଯାଇଥିଲା। ଏଥି ସହିତ ଅଷ୍ଟ୍ରେଲିଆ ବିପକ୍ଷ ଏହି ସିରିଜରେ ସୌରଭ ଗାଙ୍ଗୁଲି ମଧ୍ୟ ଖାତା ନ ଖୋଲି ଦୁଇଥର ପାଭିଲିୟନକୁ ଫେରିଥିଲେ। ପୂର୍ବତନ ଭାରତୀୟ ଅଫ ସ୍ପିନର ହରଭଜନ ସିଂଙ୍କ ୨୦୦୯ରେ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇଥର ଆଉଟ୍‌ ହୋଇଥିଲେ। ଏହା ବ୍ୟତୀତ ଯୁବରାଜ ସିଂଙ୍କ ନାମ ମଧ୍ୟ ଏହି ତାଲିକାରେ ସାମିଲ ଅଛନ୍ତି। ୨୦୧୩ରେ ଅଷ୍ଟ୍ରେଲିଆ ବିପକ୍ଷରେ ଯୁବରାଜ ସିଂ ଦିନିକିଆ ସିରିଜରେ କୌଣସି ରନ ସ୍କୋର ନ କରି ଦୁଇଥର ପାଭିଲିୟନକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?