Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୯।୮: ତୃତୀୟ ଟି-୨୦ରେ ଭାରତ ୱେଷ୍ଟଇଣ୍ଡିଜକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଫେରିଛି, କିନ୍ତୁ ୱେଷ୍ଟଇଣ୍ଡିଜ ଦଳ ଏପର୍ଯ୍ୟନ୍ତ ୨-୧ରେ ଆଗରେ ରହିଛି। ୱେଷ୍ଟଇଣ୍ଡିଜ ପ୍ରଥମ ଦୁଇଟି ମ୍ୟାଚ ଜିତିଥିଲା। ୱେଷ୍ଟଇଣ୍ଡିଜ୍‌ର ୧୬୦ ରନ୍‌ର ଲକ୍ଷ୍ୟ ୧୮ତମ ଓଭରରେ ଭାରତ ହାସଲ କରିଥିଲା। ଟିମ ଇଣ୍ଡିଆ ପାଇଁ ସୁର୍ଯ୍ୟକୁମାର ଯାଦବ ସର୍ବାଧିକ ସ୍କୋରର ହୋଇଥିଲେ। ସେ ୧୦ ଚୌକା ଓ ଚାରି ଛକା ସହାୟତାରେ ୪୪ ବଲରେ ୮୩ ରନ ସଂଗ୍ରହ କରିଥିଲେ। ଚାରି ଛକା ସହିତ ସୂର୍ଯ୍ୟ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଥିଲେ।
ସୂର୍ଯ୍ୟକୁମାର ଅନ୍ତର୍ଜାତୀୟ ଟି-୨୦ ୧୦୦ଟି ଛକା ପୂରଣ କରିଛନ୍ତି। ସେ ଦ୍ରୁତତମ ଅନ୍ତର୍ଜାତୀୟ ଟି-୨୦ ଛକା ମାରିବାରେ ସେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଏହି ତାଲିକାରେ ୱେଷ୍ଟଇଣ୍ଡିଜର ଇଭିନ ଲୁଇସ ଅଛନ୍ତି, ଯିଏ ୪୨ ତମ ଇନିଂସରେ ଏହା କରିଥିଲେ। ଏଥି ସହିତ ସୂର୍ଯ୍ୟକୁମାର ୪୯ ତମ ଇନିଂସରେ କ୍ରିସ ଗେଲଙ୍କ ସହ ୧୦୦ଟି ଛକା ପୂରଣ କରିଥିଲେ।
ସୂର୍ଯ୍ୟ ବିଶ୍ୱର ୧୪ତମ ଏବଂ ତୃତୀୟ ଭାରତୀୟ ବ୍ୟାଟ୍ସମ୍ୟାନ। ଏହି ତାଲିକାର ଶୀର୍ଷରେ ରହିଛି ଭାରତର ରୋହିତ ଶର୍ମା, ଯିଏ ୧୪୮ ମ୍ୟାଚର ୧୪୦ ଇନିଂସରେ ୧୮୨ ଛକା ମାରିଛନ୍ତି। ୧୭୩ ଛକା ସହ ନ୍ୟୁଜିଲାଣ୍ଡର ମାର୍ଟିନ ଗୁପିଲ ଦ୍ୱିତୀୟ ଏବଂ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆରୋନ ଫିଞ୍ଚ ୧୨୫ ଛକା ସହ ତୃତୀୟ ସ୍ଥାନରେ ଅଛନ୍ତି। ରୋହିତଙ୍କ ବ୍ୟତୀତ ବିରାଟ ମଧ୍ୟ ଭାରତ ପାଇଁ ୧୦୦ ଛକା ମାରିଛନ୍ତି। ୧୧୫ ଟି-୨୦ ମ୍ୟାଚରେ ସେ ୧୧୭ ଛକା ମାରିଛନ୍ତି। ଏହା ବ୍ୟତୀତ କ୍ରିସ ଗେଲ, ପଲ ଷ୍ଟିରଲିଂ, ଇଏନ ମୋର୍ଗାନ, ଜୋସ ବଟଲର୍‌, ଇଭିନ ଲୁଇସ, କଲିନ ମୁନ୍ରୋ, ଗ୍ଲେନ ମ୍ୟାକ୍ସୱେଲ, ଡେଭିଡ ମିଲର ଏବଂ ଡେଭିଡ ୱାର୍ନର ମଧ୍ୟ ଅନ୍ତର୍ଜାତୀୟ ୧୦୦ ଛକା ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri