Posted inଖେଳ

ବାବରଙ୍କୁ ପଛରେ ପକାଇଲେ ସୂର୍ଯ୍ୟକୁମାର

ଦୁବାଇ, ୨୧।୯:ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟର ତାଲିକାରେ ଭାରତର ସୂର୍ଯ୍ୟକୁମାର ଯାଦବ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କୁ ପଛରେ ପକାଇ  ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ମୋହାଲିରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆଠାରୁ ଭାରତ ପରାଜିତ ହୋଇଥିଲେ ହେଁ ସୂର୍ଯ୍ୟ ୪୬ ରନର ଦ୍ରୁତ ଇନିଂସ ଖେଳିଥିଲେ। ଏହି ଇନିଂସ ତାଙ୍କୁ ଟି୨୦ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷରେ ଥିବା ମହମ୍ମଦ ରିଜଓ୍ବାନଙ୍କ ନିକଟତର କରାଇଛି। ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଅର୍ଦ୍ଧଶତକ ହାସଲ କରିଥିବା ରିଜଓ୍ବାନ ୮୨୫ ପଏଣ୍ଟ ସହିତ ଶୀର୍ଷସ୍ଥାନ ଅଧିକାର କରିଥିବାବେଳେ ଦକ୍ଷିଣ ଆଫ୍ରିକାର ଏଡେନ ମାରକ୍ରାମ ୭୯୨ ପଏଣ୍ଟ ସହ ଦ୍ୱିତୀୟ ଏବଂ ସୂର୍ଯ୍ୟ ୭୮୦ ପଏଣ୍ଟ ପାଇ ତୃତୀୟ ସ୍ଥାନକୁ ଆସିଛନ୍ତି। ବାବର ୭୭୧ ପଏଣ୍ଟରେ ଅଛନ୍ତି। ଭାରତର ତାରକା ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୨୨ଟି ସ୍ଥାନ ଉପରକୁ ଉଠି ୬୫ରେ ପହଞ୍ଚତ୍ ଯାଇଛନ୍ତି। ସେହିପରି ଅକ୍ଷର ପଟେଲ ୨୪ଟି ସ୍ଥାନ ଲମ୍ଫମାରି ୩୩ତମ ସ୍ଥାନକୁ ଆସିଛନ୍ତି।
ଅଷ୍ଟ୍ରେଲିଆ ଦ୍ରୁତ ବୋଲର ଜୋଶ୍‌ ହାଜେଲଉଡ୍‌ ବୋଲରଙ୍କ ତାଲିକାର ଶୀର୍ଷରେ ଅପରାଜିତ ରହିଛନ୍ତି। ପୂର୍ବ ମ୍ୟାଚରେ ସେ ଟିମ୍‌ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଉଇକେଟ ନେଇ ନିଜ ସ୍ଥାନକୁ ସୁଦୃଢ଼ କରିଛନ୍ତି। ଦକ୍ଷିଣ ଆଫ୍ରିକାର ଟାବ୍ରାଇଜ୍‌ ଶାମ୍‌ସି ଓ ଇଂଲଣ୍ଡର ଆଡିଲ ରଶିଦ ପରବର୍ତ୍ତୀ ୨ ସ୍ଥାନରେ ଅଛନ୍ତି। ଟପ୍‌-୧୦ରେ ଭାରତର କେବଳ ଭୁବନେଶ୍ୱର କୁମାର (୯ମ ସ୍ଥାନ) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri