Posted inଖେଳ

ଯନ୍ତ୍ରଣା ବଖାଣିଲେ ସୂର୍ଯ୍ୟକୁମାର: କହିଲେ, ଦିନିକିଆ ଡେବ୍ୟୁ ମ୍ୟାଚ୍‌ ଖେଳିବା ସତ୍ତ୍ୱେ ମୁଁ ଅଛି ନିରାଶ

କଲମ୍ବୋ,୨୧।୭: ଦ୍ରୁତ ବ୍ୟାଟିଂ ପାଇଁ ପ୍ରସିଦ୍ଧ ସୂର୍ଯ୍ୟକୁମାର ଯାଦବ ଶ୍ରୀଲଙ୍କା ବିପକ୍ଷରେ ଦିନିକିଆ ଡେବ୍ୟୁ କରିଥିଲେ। ପ୍ରଥମ ମ୍ୟାଚ୍‌ରେ ସୂର୍ଯ୍ୟକୁମାର ଯାଦବ ଅପରାଜିତ ୩୧ ରନ୍‌ ଖେଳି ଟିମ ଇଣ୍ଡିଆର ବିଜୟରେ ସହଯୋଗ କରିଥିଲେ। ୧୫୫ର ଷ୍ଟ୍ରାଇକ ହାରରେ ସୂର୍ଯ୍ୟକୁମାର ରନ ସ୍କୋର କରିଥିଲେ। ପ୍ରଥମ ମ୍ୟାଚରେ ଯେକୌଣସି ଯୁବ ଖେଳାଳିଙ୍କ ପାଇଁ ଏହା ବହୁତ ଭଲ ଆରମ୍ଭ କିନ୍ତୁ ସୂର୍ଯ୍ୟକୁମାର ତଥାପି ଟିକେ ନିରାଶ ହୋଇଛନ୍ତି। ଦ୍ୱିତୀୟ ଦିନିକିଆ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଏହାର କାରଣ ଦର୍ଶାଇଥିଲେ। ସେ କହିଛନ୍ତି ଯେ, ତାଙ୍କ ପରିବାର ଦିନିକିଆ ଡେବ୍ୟୁରେ ଷ୍ଟାଡିୟମରେ ଉପସ୍ଥିତ ନଥିଲେ, ସେଥିପାଇଁ ସେ ବହୁତ ନିରାଶ ହୋଇଛନ୍ତି। ଦିନିକିଆ କ୍ୟାପ ପାଇବା ମୋ ପାଇଁ ଏକ ଭାବପ୍ରବଣ ସମୟ ଥିଲା କିନ୍ତୁ କରୋନା କାରଣରୁ ମୋ ପରିବାର ଷ୍ଟାଡିୟମରେ ଉପସ୍ଥିତ ନ ଥିବାରୁ ମୁଁ ନିରାଶ ହୋଇଥିଲି ବୋଲି ସେ କହିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ସେ ମଧ୍ୟ ତାଙ୍କ ଦିନିକିଆ ଡେବ୍ୟୁ ସ୍ମୃତିରେ ଏକ ଟାଟୁ କରିବାକୁ ଚାହୁଁଛନ୍ତି। ଭାରତକୁ ଫେରିବା ମାତ୍ରେ ସୂର୍ଯ୍ୟକୁମାର ତାଙ୍କ ହାତରେ ଏକ ଟାଟୁ ରଖିବାକୁ ଯାଉଛନ୍ତି।
ସୂଚନାଯୋଗ୍ୟ ଯେ, ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଶ୍ରୀଲଙ୍କା ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅକ୍ଟୋବରରେ ଟି -୨୦ ବିଶ୍ୱକପ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ତାଙ୍କୁ ଚମତ୍କାର ପ୍ରଦର୍ଶନ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri