Posted inଖେଳ

ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେଲେ ସୂର୍ଯ୍ୟକୁମାର

ଥିରୁଭାନନ୍ତପୁରମ,୨୯।୯: ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୧୦୭ ରନ୍‌ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ ଭାରତ ଦୁଇଟି ଉଇକେଟ ହରାଇ ମ୍ୟାଚ ଜିତିଥିଲା। ଭାରତ ପାଇଁ ସୂର୍ଯ୍ୟକୁମାର ଯାଦବ ଏକ ଜବରଦସ୍ତ ଇନିଂସ ଖେଳିଥିଲେ। ସେ ଅପରାଜିତ ଅର୍ଦ୍ଧଶତକ ହାସଲ କରିଥିଲେ। ଏହି ଅର୍ଦ୍ଧଶତର ସାହାଯ୍ୟରେ ସୂର୍ଯ୍ୟକୁମାର ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଥିଲେ। ସେ ଅନ୍ତର୍ଜାତୀୟ ଟି-୨୦ର ଏକ କ୍ୟାଲେଣ୍ଡର ଭାରତ ପାଇଁ ସର୍ବାଧିକ ରନ ସ୍କୋରର ହୋଇଛନ୍ତି।
ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି-୨୦ରେ ସେ ମାତ୍ର ୩୩ ବଲରୁ ଅପରାଜିତ ୫୦ ରନ କରିଥିଲେ। ଏହି ଇନିଂସରେ ସୂର୍ଯ୍ୟକୁମାର ୫ ଚୌକା ଓ ୩ ଛକା ମାରିଥିଲେ। ଏହି ଇନିଂସ ସହାୟତାରେ ସେ ଶିଖର ଧାୱନଙ୍କୁ ପଛରେ ପକାଇ ଦେଇଥିଲେ। ଭାରତ ପାଇଁ ଗୋଟିଏ ବର୍ଷରେ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ଥିଲା ଧାୱନଙ୍କ ନିକଟରେ ଥିଲା। ବର୍ତ୍ତମାନ ସୂର୍ଯ୍ୟକୁମାର ଶୀର୍ଷରେ ପହଞ୍ଚିଛନ୍ତି।
ଚଳିତ ବର୍ଷ ଅନ୍ତର୍ଜାତୀୟ ଟି-୨୦ରେ ସୁର୍ଯ୍ୟକୁମାର ୬୯୫ ରନ ସଂଗ୍ରହ କରିଛନ୍ତି। ଧୱନ ୨୦୧୮ ରେ ୬୮୯ ରନ ସ୍କୋର କରିଥିଲେ। ଏହି ପରିପ୍ରେକ୍ଷୀରେ ପୂର୍ବତନ ଅଧିନାୟକ ବିରାଟ କୋହଲି ତୃତୀୟ ସ୍ଥାନରେ ଅଛନ୍ତି। କୋହଲି ୨୦୧୬ରେ ୬୪୧ ରନ ସ୍କୋର କରିଥିଲେ। ଏହି ପ୍ରସଙ୍ଗରେ ରୋହିତ ଶର୍ମା ଚତୁର୍ଥ ସ୍ଥାନରେ ଅଛନ୍ତି। ୨୦୧୮ରେ ରୋହିତ ୫୯୦ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?