Posted inଖେଳ

ମୁମ୍ବାଇ ଦଳରେ ସୂର୍ଯ୍ୟକୁମାର

ମୁମ୍ବାଇ,୨୨ା୧୧: ସୟଦ ମୁସ୍ତାକ ଅଲୀ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଶାର୍ଦ୍ଦୁଳ ଠାକୁରଙ୍କ ଅଧିନାୟକତ୍ୱରେ ୧୭ ଜଣିଆ ମୁମ୍ବାଇ ଦଳ ଘୋଷଣା କରାଯାଇଛି। ଏଥିରେ ଭାରତର ଅନ୍ତର୍ଜାତୀୟ ଟି୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ, ସର୍ଫରାଜ ଖାନ୍‌ ଓ ଶିବମ ଦୁବେଙ୍କୁ ସ୍ଥାନ ମିଳିଛି।

ମୁମ୍ବାଇ ଗତଥର ଶ୍ରେୟସ ଆୟରଙ୍କ ଅଧୀନରେ ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଥିଲା। ଏଥର କିନ୍ତୁ ଦଳରେ ନିଆଯାଇ ନାହିଁ। ଅଜିଙ୍କ୍ୟ ରାହାନେଙ୍କୁ ସ୍ଥାନ ମିଳିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟତୀତ ଉଇକେଟକିପର ଭାବେ ଅଙ୍ଗକ୍ରିଶ ରଘୁବଂଶୀ, ଭାରତ ସିମର ତୁଷାର ଦେଶପାଣ୍ଡେ ଓ ତନୁଶ କୋଟିଆନଙ୍କୁ ଦଳରେ ନିଆଯାଇଛି। ଏହି ରଣ୍‌ଜୀ ଟ୍ରଫି ସିଜନର ପ୍ରଥମ ପର୍ଯ୍ୟାୟରେ ୫ ମ୍ୟାଚ ଖେଳି ୩ ଶତକ ଓ ଗୋଟିଏ ଅର୍ଦ୍ଧଶତକ ସହ ୫୩୦ରନ ସଂଗ୍ରହ କରିଥିବା ସିଦ୍ଧେଶ ଲାଡ୍‌ଙ୍କୁ ମଧ୍ୟ ଦଳରେ ନିଆଯାଇଛି।

ସୟଦ ମୁସ୍ତାକ ଅଲିର ଏଲିଟ୍‌ ଡିଭିଜନ ନଭେମ୍ବର ୨୬ରୁ ଡିସେମ୍ବର ୧୮ ପର୍ଯ୍ୟନ୍ତ ଖେଳାଯିବ। ପ୍ରତିଯୋଗିତାର ପ୍ରଥମ ରାଉଣ୍ଡ ମ୍ୟାଚଗୁଡ଼ିକ ଲକ୍ଷ୍ନୌ, ହାଇଦ୍ରାବାଦ, ଅହମଦାବାଦ ଓ କୋଲକାତାରେ ଖେଳାଯିବ। ନକ୍‌ଆଉଟ ରାଉଣ୍ଡ ଇନ୍ଦୋରରେ ହେବ। ମୁମ୍ବାଇ ନଭେମ୍ବର ୨୬ରେ ଏହାର ପ୍ରଥମ ମ୍ୟାଚ ରେଲଓ୍ବେ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri