Posted inଖେଳ

ଇତିହାସ ରଚିଲେ ସୂର୍ଯ୍ୟକୁମାର

ଫ୍ଲୋରିଡା,୧୪।୮: ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ ଟି-୨୦ ସିରିଜରେ ଭାରତୀୟ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଭଲ ଫର୍ମରେ ନଜର ଆସିଛନ୍ତି। ସେ ସିରିଜର ଅନ୍ତିମ ମ୍ୟାଚ୍‌ରେ ୬୧ ରନ ସଂଗ୍ରହ କରିଥିଲେ। ଯଦିଓ ତାଙ୍କ ଇନିଂସ ଭାରତ ଜିତି ପାରି ନାହିଁ। କିନ୍ତୁ ସୂର୍ଯ୍ୟ ପୁଣି ଥରେ ଟି୨୦ ରେ ୧୦୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଗତ ବର୍ଷ ମଧ୍ୟ ସେ ଏହି କୀର୍ତ୍ତିମାନ କରିଥିଲେ।
ଦୁଇ ବର୍ଷ ମଧ୍ୟରେ ଟି-୨୦ରେ କ୍ରମାଗତ ୧୦୦୦ ରନ ମାର୍କ ଅତିକ୍ରମ କରିବାରେ ସୂର୍ଯ୍ୟ ଦ୍ୱିତୀୟ ଭାରତୀୟ ଖେଳାଳି ହୋଇଥିଲେ। ଏହାପୂର୍ବରୁ ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ କ୍ରମାଗତ ୨୦୧୯ ଏବଂ ୨୦୨୦ରେ ଟି-୨୦ରେ ୧୦୦୦ରୁ ଅଧିକ ରନ ସଂଗ୍ରହ କରିଥିଲେ। ବର୍ତ୍ତମାନ ସୂର୍ଯ୍ୟ ଏହି କୀର୍ତ୍ତିମାନ କରିବାରେ ଦ୍ୱିତୀୟ ଖେଳାଳି ହୋଇଛନ୍ତି। ୨୦୨୨ ଏବଂ ୨୦୨୩ରେ କ୍ରମାଗତ ବର୍ଷ ପାଇଁ ସୂର୍ଯ୍ୟ ଟି-୨୦ରେ ଅଧିକ ରନ ସଂଗ୍ରହ କରିଥିଲେ।
ଅନ୍ତର୍ଜାତୀୟ ଟି-୨୦ରେ ଏକ ନମ୍ବର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ୫ ମ୍ୟାଚର ୪ ଇନିଂସରେ ହାରାହାରି ୪୧.୫୦ ରେ ୧୬୬ ରନ ଏବଂ ୱେଷ୍ଟଇଣ୍ଡିଜ ଗସ୍ତରେ ଟି-୨୦ ସିରିଜରେ ୧୪୬.୯୦ ରନ ସଂଗ୍ରହ କରିଛନ୍ତି। ଏହି ସମୟରେ ତାଙ୍କ ବ୍ୟାଟରୁ ଦୁଇ ଅର୍ଦ୍ଧଶତକ ବାହାରିଥିଲା। ଏହି ସମୟରେ ସେ ସିରିଜରେ ୧୬ଟି ଚୌକା ଓ ୮ ଛକା ମାରିଥିଲେ।
ମାର୍ଚ୍ଚ ୨୦୨୧ରେ ସୂର୍ଯ୍ୟକୁମାର ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। ଏପର୍ଯ୍ୟନ୍ତ ସେ ୫୩ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ଏହି ମ୍ୟାଚଗୁଡିକର ୫୦ ଇନିଂସରେ ସେ ହାରାହାରି ୪୬.୦୨ରେ ୧୮୪୧ ରନ ଏବଂ ଷ୍ଟ୍ରାଇକ ହାର ୧୭୨.୭୦ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?