Posted inଖେଳ

ସୂର୍ଯ୍ୟକୁମାର, ପୃଥ୍ବୀ, ଜୟନ୍ତ ଇଂଲଣ୍ଡ ଯିବେ

ନୂଆଦିଲ୍ଲୀ, ୨୫।୭(ପି.ଟି.)-  ସୂର୍ଯ୍ୟକୁମାର ଯାଦବ, ପୃଥ୍ବୀ ଶ’ ଏବଂ ଜୟନ୍ତ ଯାଦବ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟେଷ୍ଟ ଦଳରେ ସାମିଲ ହେବା ପାଇଁ ଇଂଲଣ୍ଡ ଯିବେ। ସମ୍ପ୍ରତି ଇଂଲଣ୍ଡରେ ଥିବା ଖେଳାଳିଙ୍କ ମଧ୍ୟରୁ ୩ ଜଣ ଆହତ ଅଛନ୍ତି। ତେଣୁ ବଦଳ ଖେଳାଳିଭାବେ ଏହି ତିନିଜଣ ଇଂଲଣ୍ଡ ଗସ୍ତ କରିବେ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ପ୍ରକାଶ କରାଯାଇଛି। ଫଳରେ ସୂର୍ଯ୍ୟକୁମାରଙ୍କ ଟେଷ୍ଟ ପଦାର୍ପଣ ସମ୍ଭାବନା ବଢ଼ିଛି। ପୂର୍ବରୁ ଦଳ ସହ ଇଂଲଣ୍ଡ ଗସ୍ତ କରିଥିବା ଶୁବମନ ଗିଲ, ଓ୍ବାଶିଂଟନ ସୁନ୍ଦର ଓ ଆଭେଶ ଖାଁ ଆହତ ହୋଇ ବାଦ୍‌ ପଡ଼ିଛନ୍ତି। ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ ଅଗଷ୍ଟ ୪ରୁ ଆରମ୍ଭ ହେବ। ଶୁବମନ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଅବସରରେ ଆହତ ହୋଇଥିବାବେଳେ ଓ୍ବାର୍ମଅପ୍‌ ମ୍ୟାଚ ଅବସରରେ ଆଭେଶ ଖାଁଙ୍କ ବୁଢ଼ା ଅଙ୍ଗୁଳି ଭାଙ୍ଗିଛି। ସେହିପରି ସୁନ୍ଦର ମଧ୍ୟ ହାତ ଆଙ୍ଗୁଳିରେ ଆଘାତ ପାଇଛନ୍ତି। ପୃଥ୍ବୀ ଓ ସୂର୍ଯ୍ୟକୁମାର ଏବେ ସୀମିତ ଓଭର କ୍ରିକେଟ ସିରିଜ ଖେଳିବା ପାଇଁ ଶ୍ରୀଲଙ୍କାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri