Posted inଖେଳ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୫ ରନ୍‌ କରିଥିଲା। ୧୭୬ ରନ୍‌ର ଟାର୍ଗେଟ୍‌କୁ ପିଛାକରି ଦକ୍ଷିଣ ଆଫ୍ରିକା ସାଙ୍ଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୭୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଏହା ଦକ୍ଷିଣ ଆଫ୍ରିକା ପାଇଁ ସର୍ବନିମ୍ନ ସ୍କୋର। ବୋଲରଙ୍କ ଏଭଳି ଜବରଦସ୍ତ ପ୍ରଦର୍ଶନ ଯୋଗୁ ଏହି ଭେନ୍ୟୁରେ ୨୦୧୫ରେ ସମାନ ପ୍ରତିଦ୍ୱନ୍ଦ୍ୱୀ ଦଳଠାରୁ ମିଳିଥିବା ଶୋଚନୀୟ ପରାଜୟର ପ୍ରତିଶୋଧ ନେଇଛି ଭାରତ। ଉକ୍ତ ମ୍ୟାଚ୍‌ରେ ଭାରତୀୟ ଦଳ ମାତ୍ର ୯୨ ରନ୍‌ରେ ଅଲଆଉଟ୍‌ ହୋଇଥିଲା।

ଏହି ବିଜୟ ପରେ ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ‘ଲକି’ ବୋଲି କହି ପ୍ରଶଂସା କରିଛନ୍ତି। ମ୍ୟାଚ ବିଜୟ ପରେ ଉଭୟଙ୍କ ମଧ୍ୟରେ ହୋଇଥିବା ଆଲୋଚନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନିଜେ ଗଣମାଧ୍ୟମ ଆଗରେ ପ୍ରକାଶ କରିବା ସହ ମ୍ୟାଚ ଦେଖି ବହୁତ ଆନନ୍ଦିତ ଥିବା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ମ୍ୟାଚ ବହୁତ ଉତ୍କଣ୍ଠା ଭରା ଥିଲା ଏବଂ ହଜାର ହଜାର ଦର୍ଶକ ଏହାକୁ ଦେଖି ଆନନ୍ଦିତ ହୋଇଛନ୍ତି। ଭାରତୀୟ ଟିମ ଚମତ୍କାର ପ୍ରଦର୍ଶନ କରିଛି।ସେ ବାରବାଟୀରେ ଉନ୍ନତ ମାନର ମ୍ୟାଚ ପରିଚାଳନା ପାଇଁ ଓଡ଼ିଶା କ୍ରିକେଟ ଆସୋସିଏସନ (OCA), ପ୍ରଶାସନିକ ଟିମ, ପୁଲିସ ପ୍ରଶାସନ ସମେତ ସାମିଲ ସମସ୍ତଙ୍କୁ ଭୂୟସୀ ପ୍ରଶଂସା କରିଥିଲେ।

ଆଗକୁ ଷ୍ଟାଡିୟମ୍‌ରେ ଦର୍ଶକ ବସିବା କ୍ଷମତା ବଢ଼ାଯିବା ଦିଗରେ ସରକାର ଯତ୍ନବାନ ଅଛନ୍ତି। OCA ର ଏ ସମ୍ପର୍କିତ ପ୍ରସ୍ତାବ ରାଜ୍ୟ ସରକାରଙ୍କ ପାଖକୁ ଆସିଛି ଏବଂ ଏହାକୁ ସରକାର ଗୁରୁତ୍ବର ସହିତ ନେଇ ଆବଶ୍ୟକ କାର୍ଯ୍ୟ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଗକୁ ମ୍ୟାଚ ପରିଚାଳନାକୁ ଅଧିକ ଉନ୍ନତ କରିବା ପାଇଁ ସରକାର ତତ୍ପର ଅଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri