Posted inଖେଳ

ରୋହିତ ଶର୍ମାଙ୍କୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ଭାଇରାଲ୍‌ ହେଉଛି ଭିଡିଓ

ଡର୍ବାନ୍‌,୯।୧୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୪ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତର ବିଜୟୀ ହୋଇଛି। ଭାରତୀୟ ଦଳ ସୁର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଅଛନ୍ତି। ନିକଟରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ ଜିତିଥିଲା। ଏହା ପରେ ରୋହିତ ଅନ୍ତର୍ଜାତୀୟ ଟି-୨୦ରୁ ବିଦାୟ ନେଇଥିଲେ। ରୋହିତ ଶର୍ମାଙ୍କ ସ୍ଥାନରେ ସୁର୍ଯ୍ୟକୁମାର ଯାଦବ ଟି-୨୦ ଫର୍ମାଟରେ ଭାରତୀୟ ଦଳର ଅଧିନାୟକ ହୋଇଥିଲେ। ଏହାପୂର୍ବରୁ ସୁର୍ଯ୍ୟକୁମାର ଯାଦବ ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରେ ଟିମ ଇଣ୍ଡିଆର ଅଧିନାୟକତ୍ୱ କରିଥିଲେ।

ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ମ୍ୟାଚ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ରୋହିତ ଙ୍କ ଅଧିନାୟକତ୍ୱ ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସୂର୍ଯ୍ୟକୁମାର କହିଛନ୍ତି,ଜଣେ ଅଧିନାୟକ ଭାବରେ ମୁଁ ରୋହିତ ଶର୍ମାଙ୍କଠାରୁ ବହୁତ କିଛି ଶିଖିଛି। ଆଇପିଏଲ ବ୍ୟତୀତ ମୁଁ ତାଙ୍କ ସହ ଅନେକ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛି। ଏହି ସମୟ ମଧ୍ୟରେ, ମୁଁ ଦେଖିଛି ରୋହିତ ଶର୍ମା କିପରି ବଡ଼ ଟୁର୍ନାମେଣ୍ଟ ଏବଂ ସିରିଜରେ ଅଧିନାୟକତ୍ୱ କରିଛନ୍ତି। ଏହି ସମୟ ମଧ୍ୟରେ ରୋହିତ ଶର୍ମାଙ୍କ ରଣନୀତି କ’ଣ ମୁଁ ବୁଝିଛି। ତେଣୁ, ମୁଁ ଜାଣେ ରୋହିତ ଖେଳାଳିଙ୍କ ପ୍ରତି କିପରି ବ୍ୟବହାର କରନ୍ତି। ସେ ଖେଳାଳିଙ୍କଠାରୁ କ’ଣ ଆଶା କରନ୍ତି। ମୁଁ ରୋହିତ ଶର୍ମାଙ୍କ ରଣନୀତିକୁ ଅଧିନାୟକ ଭାବରେ ନକଲ କରିବାକୁ ଚାହେଁ, କାରଣ ସେ ଜଣେ ଅଧିନାୟକ ଭାବରେ ବହୁତ ସଫଳ ହୋଇଛନ୍ତି।

ସୂର୍ଯ୍ୟକୁମାରଙ୍କ ବିବୃତ୍ତି ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି। ସୂର୍ଯ୍ୟକୁମାର ଏବଂ ରୋହିତ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳନ୍ତି। ଏହା ବ୍ୟତୀତ ଉଭୟ ଖେଳାଳି ଘରୋଇ ଟୁର୍ନାମେଣ୍ଟରେ ମୁମ୍ବାଇର ପ୍ରତିନିଧିତ୍ୱ କରନ୍ତି। ତେବେ ବର୍ତ୍ତମାନ ସୁର୍ଯ୍ୟକୁମାର ଯାଦବ ରୋହିତ ଶର୍ମାଙ୍କ ସ୍ଥାନରେ ଟିମ ଇଣ୍ଡିଆର ଅଧିନାୟକତ୍ୱ ପାଇଛନ୍ତି। ତେବେ, ସୂର୍ଯ୍ୟକୁମାର ଯାଦବ ଜଣେ ଅଧିନାୟକ ଭାବରେ କେତେ ସଫଳ ହୋଇପାରିବେ ତାହା ଦେଖିବାକୁ କୌତୁହଳପ୍ରଦ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri