Posted inଖେଳ

ସୂର୍ଯ୍ୟକୁମାର ଖେଳିବେ

ମୁମ୍ବାଇ, ୬ା୪ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଚଳିତ ସଂସ୍କରଣରେ ସଂଘର୍ଷ ଚଳାଇଥିବା ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଶୁଭ ଖବର। ବିଶ୍ୱର ନମ୍ବର ଓ୍ବାନ ଟି୨୦ ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଶୁକ୍ରବାର ଏଠାରେ ତାଙ୍କ ଦଳ ସହିତ ଅଭ୍ୟାସ କରିଛନ୍ତି। ସେ ବହୁଦିନ ହେଲା ଆଘାତଜନିତ ସମସ୍ୟାରେ ଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମୁମ୍ବାଇ ଇଣ୍ଡିଆନ୍ସର ପରବର୍ତ୍ତୀ ଆଇପିଏଲ୍‌ ମ୍ୟାଚ ରେ ସେ ଖେଳିବେ ବୋଲି ଆଶା କରାଯାଉଛି। ୧୦ଟି ଦଳକୁ ନେଇ ଆଇପିଏଲ୍‌ ପଏଣ୍ଟ ଟେବୁଲରେ ମୁମ୍ବାଇ ଇଣ୍ଡିଆନ୍ସ ସର୍ବନିମ୍ନ ସ୍ଥାନରେ ରହିଛି। ୫ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏପର୍ଯ୍ୟନ୍ତ ଖେଳିଥିବା ଏହାର ସମସ୍ତ ୩ଟି ମ୍ୟାଚରେ ପରାଜିତ ହୋଇଛି। ସୂର୍ଯ୍ୟକୁମାରଙ୍କ ଯୋଗଦାନ ପରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଦଳର ଭାଗ୍ୟ ପରିବର୍ତ୍ତନରେ ସହାୟକ ହୋଇପାରେ ବୋଲି ଆଶା କରାଯାଉଛି। ୩୩ ବର୍ଷୀୟ ଆକ୍ରମଣାତ୍ମକ ବ୍ୟାଟର ଜାନୁଆରୀଠାରୁ ଖେଳରୁ ଦୂରେଇ ରହିଥିଲେ। ସ୍ପୋଟର୍‌ସ ହାର୍ନିଆ ଚିକିତ୍ସା ପାଇଁ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ଗତବର୍ଷ ଶେଷ ଭାଗରେ ଭାରତର ଦକ୍ଷିଣ ଆଫ୍ରିକା ଟୁର୍‌ ବେଳେ ତାଙ୍କ ଗୋଇଠିରେ ଆଘାତ ଲାଗିଥିଲା। ଏହାର ମଧ୍ୟ ସେ ଚିକିତ୍ସା କରାଇଛନ୍ତି। ସୂର୍ଯ୍ୟକୁମାର ତାଙ୍କ ଟିମ୍‌ମେଟଙ୍କଠାରୁ ପ୍ରାୟ ଏକ ଘଣ୍ଟା ଆଗୁଆ ଓ୍ବାଙ୍ଖଡେ ଷ୍ଟାଡିୟମ ଅନୁଷ୍ଠିତ ଟେନିଂ ସେସନକୁ ଆସିଥିଲେ। ନେଟ୍ସରେ ସେ ଏକ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବ୍ୟାଟିଂ ଅଭ୍ୟାସ କରିଥିଲେ। ନ୍ୟାଶନାଲ କ୍ରିକେଟ ଏକାଡେମୀରୁ କ୍ଲିୟରାନ୍ସ ପାଇବା ପରେ ସେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

ଅଲିମ୍ପିକ୍ସରେ ଏହି ଖେଳାଳି ଜିତିବେ ପଦକ: ପ୍ରକାଶ ପାଦ୍ୟୁକୋନ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୬।୭: ଭେଟେରାନ ବ୍ୟାଡମିଣ୍ଟନ ଖେଳାଳି ତଥା ଟପ ସଟଲର ପି.ଭି ସିନ୍ଧୁଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି କୋଚ ପ୍ରକାଶ ପାଦୁକୋନ। ପ୍ୟାରିସ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri