Posted inଖେଳ

ସୂର୍ଯ୍ୟକୁମାର ଖେଳିବେ

ମୁମ୍ବାଇ, ୬ା୪ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଚଳିତ ସଂସ୍କରଣରେ ସଂଘର୍ଷ ଚଳାଇଥିବା ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଶୁଭ ଖବର। ବିଶ୍ୱର ନମ୍ବର ଓ୍ବାନ ଟି୨୦ ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଶୁକ୍ରବାର ଏଠାରେ ତାଙ୍କ ଦଳ ସହିତ ଅଭ୍ୟାସ କରିଛନ୍ତି। ସେ ବହୁଦିନ ହେଲା ଆଘାତଜନିତ ସମସ୍ୟାରେ ଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମୁମ୍ବାଇ ଇଣ୍ଡିଆନ୍ସର ପରବର୍ତ୍ତୀ ଆଇପିଏଲ୍‌ ମ୍ୟାଚ ରେ ସେ ଖେଳିବେ ବୋଲି ଆଶା କରାଯାଉଛି। ୧୦ଟି ଦଳକୁ ନେଇ ଆଇପିଏଲ୍‌ ପଏଣ୍ଟ ଟେବୁଲରେ ମୁମ୍ବାଇ ଇଣ୍ଡିଆନ୍ସ ସର୍ବନିମ୍ନ ସ୍ଥାନରେ ରହିଛି। ୫ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏପର୍ଯ୍ୟନ୍ତ ଖେଳିଥିବା ଏହାର ସମସ୍ତ ୩ଟି ମ୍ୟାଚରେ ପରାଜିତ ହୋଇଛି। ସୂର୍ଯ୍ୟକୁମାରଙ୍କ ଯୋଗଦାନ ପରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଦଳର ଭାଗ୍ୟ ପରିବର୍ତ୍ତନରେ ସହାୟକ ହୋଇପାରେ ବୋଲି ଆଶା କରାଯାଉଛି। ୩୩ ବର୍ଷୀୟ ଆକ୍ରମଣାତ୍ମକ ବ୍ୟାଟର ଜାନୁଆରୀଠାରୁ ଖେଳରୁ ଦୂରେଇ ରହିଥିଲେ। ସ୍ପୋଟର୍‌ସ ହାର୍ନିଆ ଚିକିତ୍ସା ପାଇଁ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ଗତବର୍ଷ ଶେଷ ଭାଗରେ ଭାରତର ଦକ୍ଷିଣ ଆଫ୍ରିକା ଟୁର୍‌ ବେଳେ ତାଙ୍କ ଗୋଇଠିରେ ଆଘାତ ଲାଗିଥିଲା। ଏହାର ମଧ୍ୟ ସେ ଚିକିତ୍ସା କରାଇଛନ୍ତି। ସୂର୍ଯ୍ୟକୁମାର ତାଙ୍କ ଟିମ୍‌ମେଟଙ୍କଠାରୁ ପ୍ରାୟ ଏକ ଘଣ୍ଟା ଆଗୁଆ ଓ୍ବାଙ୍ଖଡେ ଷ୍ଟାଡିୟମ ଅନୁଷ୍ଠିତ ଟେନିଂ ସେସନକୁ ଆସିଥିଲେ। ନେଟ୍ସରେ ସେ ଏକ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବ୍ୟାଟିଂ ଅଭ୍ୟାସ କରିଥିଲେ। ନ୍ୟାଶନାଲ କ୍ରିକେଟ ଏକାଡେମୀରୁ କ୍ଲିୟରାନ୍ସ ପାଇବା ପରେ ସେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?