Posted inଖେଳ

ସୂର୍ଯ୍ୟକୁମାର ବଡ଼ ରେକର୍ଡ

ହାଇଦ୍ରାବାଦ,୨୬।୯: ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଚଳିତ ବର୍ଷ ଟି-୨୦ କ୍ରିକେଟରେ ସର୍ବାଧିକ ରନ ସ୍କୋର କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ତଥା ନିର୍ଣ୍ଣାୟକ ମ୍ୟାଚରେ ୬୯ ରନ୍‌ର ଇନିଂସ ତାଙ୍କୁ ଏହି ସ୍ଥାନକୁ ନେଇଛି। ବିଶେଷ କଥା ହେଉଛି ସୂର୍ଯ୍ୟକୁମାର ଚଳିତ ବର୍ଷ ୧୮୦+ ଷ୍ଟ୍ରାଇକ ହାରରେ ରନ ସ୍କୋର କରିଛନ୍ତି।
ଚଳିତ ବର୍ଷ ଅନ୍ତର୍ଜାତୀୟ ଟି-୨୦ର ୨୦ଟି ଇନିଂସରେ ସୂର୍ଯ୍ୟକୁମାର ୬୮୨ ରନ ସଂଗ୍ରହ କରିଛନ୍ତି। ତାଙ୍କ ବ୍ୟାଟିଂ ହାରାହାରି ୩୭.୮୮ ଏବଂ ଏକ ଷ୍ଟ୍ରାଇକ ହାର ୧୮୨.୮୪ ରହିଛି। ଏହି ସମୟ ମଧ୍ୟରେ ସେ ଗୋଟିଏ ଶତକଏବଂ ଚାରି ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମଧ୍ୟ ଚଳିତ ବର୍ଷ ଟି-୨୦ରେ ସର୍ବାଧିକ ଛକା ମାରିଥିବା ବ୍ୟାଟ୍ସମ୍ୟାନ । ଚଳିତ ବର୍ଷ ସେ ୪୨ଟି ଛକା ମାରିଛନ୍ତି।
ସୂର୍ଯ୍ୟକୁମାର ଯାଦବଙ୍କ ପରେ ନେପାଳର ଦୀପେନ୍ଦ୍ର ସିଂ (୬୨୬)ଙ୍କ ନାମ ରହିଛି। ସେ ୨୦୨୨ରେ ଟି-୨୦ରେ ୬୨୬ ରନ୍‌ କରିଛନ୍ତି। ତୃତୀୟ ସ୍ଥାନରେ ଚେକ ଗଣରାଜ୍ୟର ସାବଭୁନ ଡାଭିଜୀ (୬୧୨) ଅଛନ୍ତି। ଯଦିଓ ଏହି ଉଭୟ ବ୍ୟାଟ୍ସମ୍ୟାନ ଦୁର୍ବଳ ଦଳ ବିପକ୍ଷରେ ଖେଳିବାବେଳେ ଏତେ ରନ ସ୍କୋର କରିଛନ୍ତି। ଏହି ତାଲିକାରେ ପାକିସ୍ତାନର ମହମ୍ମଦ ରିଜୱାନ (୫୫୬) ଚତୁର୍ଥ ସ୍ଥାନରେ ଏବଂ ୱେଷ୍ଟଇଣ୍ଡିଜର ନିକୋଲାସ ପୁରାନ (୫୫୩) ପଞ୍ଚମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri