Posted inଖେଳ

‘ଟି୨୦ ବିଶ୍ୱକପ୍‌ରେ କୋହଲି ଓପନିଂ କଲେ, ୩ୟ କ୍ରମରେ ଖେଳିପାରିବେ ଏହି ବ୍ୟାଟ୍ସମ୍ୟାନ’

ମୁମ୍ବାଇ,୯।୭: ଆଗାମୀ ଟି୨୦ ବିଶ୍ୱକପ୍‌ରେ ରୋହିତ ଶର୍ମାଙ୍କ ସହ ଭାରତୀୟ ଅଧିନାୟକ ବିରାଟ କୋହଲି ଓପନିଂ କରିବାର ବିଶେଷ ସମ୍ଭାବନା ଅଛି। ଏଭଳି ହେଲେ ୩ୟ କ୍ରମରେ କିଏ ବ୍ୟାଟିଂ କରିବ? ପୂର୍ବତନ ଭାରତୀୟ କ୍ରିକେଟର ତଥା ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କ ମତରେ ଏହି କ୍ରମରେ ବ୍ୟାଟିଂ କରିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ସମ୍ପୂର୍ଣ୍ଣ ଫିଟ୍‌।

ଟି୨୦ ବିଶ୍ୱକପ୍‌ରେ କୋହଲି ଓପନିଂ କରିପାରନ୍ତି। କାରଣ ଚଳିତ ବର୍ଷ ଆଇପିଏଲରେ ଆରସିବି ପାଇଁ ପ୍ରତ୍ୟେକ ମ୍ୟାଚ୍‌ରେ ଓପନିଂ କରି ତାହାର ସୂଚନା ଦେଇଛନ୍ତି। ଏଥିପୂର୍ବରୁ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ମଧ୍ୟ ସେ ରୋହିତଙ୍କ ଓପନିଂ କରିଥିଲେ।

ଯଦି ରୋହିତଙ୍କ ସହ କୋହଲି ଓପନିଂ କରନ୍ତି, ତେବେ ମୋ ମତରେ ସୂର୍ଯ୍ୟ ୩ୟ କ୍ରମ ପାଇଁ ଶ୍ରେଷ୍ଠ ବିକଳ୍ପ। ଲୋକେଶ ରାହୁଲଙ୍କ ପାଇଁ ଟିମ୍‌ ଇଣ୍ଡିଆ କେଉଁ ଭଳି ଯୋଜନା କରିଛି, ତାହା ମୋତେ ଜଣାନାହିଁ। ସୂର୍ଯ୍ୟକୁମାରଙ୍କ ଭଳି ବ୍ୟାଟ୍ସମ୍ୟାନଙ୍କ ପାଇଁ ଦଳରେ ସ୍ଥାନ ଅଛି। ତାଙ୍କ ଭଳି ବ୍ୟାଟ୍ସମ୍ୟାନ ମୁଁ କଦାଚିତ୍‌ ଦେଖିଛି। ଆଇପିଏଲରେ ସେ ବହୁବାର ଦକ୍ଷତା ଦେଖାଇ ସାରିଛନ୍ତି। ସେ ଭଲ ବଲକୁ ମଧ୍ୟ ଚୌକା ଲଗାଇ ପାରନ୍ତି। ଏଣୁ ୩ୟ କ୍ରମ ପାଇଁ ମୋ ମତରେ ସେ ସବୁଠୁ ଭଲ ବିକଳ୍ପ ବୋଲି ମାଞ୍ଜରେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?