Posted inଖେଳ

ସୂର୍ଯ୍ୟକୁମାରଙ୍କ ‘ନମସ୍କାର’ ସେଲିବ୍ରେଶନ୍‌କୁ ନେଇ ଚର୍ଚ୍ଚା: ଦେଖନ୍ତୁ ଭିଡିଓ

କୋଲକତା,୨୦।୨: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳର ଚମତ୍କାର ବିଜୟରେ ସୂର୍ଯ୍ୟକୁମାର ଯାଦବ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ମଧ୍ୟମ କ୍ରମରେ ସୂର୍ଯ୍ୟକୁମାର ଏକ ଚମତ୍କାର ଇନିଂସ ଖେଳିଥିଲେ। ଫଳରେ ଭାରତୀୟ ଦଳ ୫ ଉଇକେଟ ପାଇଁ ୧୮୪ ରନ ସ୍କୋର କରିବାରେ ସଫଳ ହୋଇଥିଲା। ସୂର୍ଯ୍ୟକୁମାର ୨୦୦ରୁ ଅଧିକ ଷ୍ଟ୍ରାଇକ ରେଟ୍‌ରେ ରନ ସ୍କୋର କରିଥିଲେ। ଭାରତୀୟ ଦଳ ୯୩ ରନରେ ୪ଟି ଉଇକେଟ ହରାଇଥିବା ବେଳେ ଷ୍ଟାଇଲିସ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର କ୍ରିଜକୁ ଆସିଥିଲେ। ଏହା ପରେ ସେ ଚୌକା-ଛକା ବର୍ଷା କରି ମାତ୍ର ୩୧ ବଲରେ ୬୫ ରନ କରିଥିଲେ।
କୋଲକତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ଟି -୨୦ ମ୍ୟାଚ ରେ ଭାରତୀୟ ଦଳ ୱିଣ୍ଡିଜକୁ ୧୭ ରନ୍‌ରେ ପରାସ୍ତ କରି ୩ ମ୍ୟାଚ ବିଶିଷ୍ଟ ସିରିଜ କ୍ଲିନ୍‌ସୁଇପ୍‌ କରିଛି। ଡାହାଣହାତୀ ବ୍ୟାଟ୍ସମ୍ୟାନ ସୁର୍ଯ୍ୟକୁମାର ଯାଦବ ଅର୍ଦ୍ଧଶତକ ପୂରଣ କରିବା ମାତ୍ରେ ବ୍ୟାଟ୍‌ ଟେକିବା ସହ ହାତଯୋଡି ନମସ୍କାର କରିଥିଲେ। ଡ୍ରେସିଂ ରୁମ୍‌ରେ ବସିଥିବା ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କ ସମେତ ସାଥୀ ଖେଳାଳିଙ୍କ ଶୁଭେଚ୍ଛା ଗ୍ରହଣ କରିଥିଲେ। ସୂର୍ଯ୍ୟକୁମାରଙ୍କ ଏହି ବିଶେଷ ସେଲିବ୍ରେସନ୍‌ ଭିଡିଓ ଭାଇରାଲ୍‌ ହୋଇଛି। ସମସ୍ତେ ତାଙ୍କର ଏପରି ଅନ୍ଦାଜ୍‌କୁ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri