ଆଇପିଏଲ୍‌ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିପାରେ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୩: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଏହାପୂର୍ବରୁ ମୁମ୍ବାଇ ଇଣ୍ଡିଆନକୁ ବଡ଼ ଝଟ୍‌କା ଲାଗିପାରେ ବୋଲି କୁହାଯାଉଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଦଳର ଷ୍ଟାର ଖେଳାଳି ସୂର୍ଯ୍ୟ କୁମାର ଯାଦବ ଏପ୍ରିଲ ମାସ ପୂର୍ବରୁ ମ୍ୟାଚ୍‌ ଖେଳିବାକୁ ଫିଟ୍‌ ହୋଇ ପାରିବେ ନାହିଁ। ଅର୍ଥାତ୍‌ ମାର୍ଚ୍ଚ ୨୭ରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ମୁମ୍ବାଇ ଖେଳିବାକୁ ଥିବା ପ୍ରଥମ ମୁକାବିଲା ଲାଗି ସେ ଉପଲବ୍ଧ ରହିବେ ନାହିଁ। ସେହିପରି ଏପ୍ରିଲ ୨ଚରେ ମୁମ୍ବାଇର ଦ୍ୱିତୀୟ ମ୍ୟାଚ୍‌ ବେଳକୁ ସେ ସୁସ୍ଥ ହୋଇଥିବା ଆଶା କରାଯାଉଛି। ତେବେ ସୂର୍ଯ୍ୟକୁମାର ଏବେ ଏନ୍‌ସିଏରେ ଥିବା ବେଳେ ତାଙ୍କୁ ସୁସ୍ଥ ହେବା ଲାଗି ସମୟ ଲାଗିପାରେ।

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ବେଳେ ସୂର୍ଯ୍ୟ କୁମାର ଆହତ ହୋଇଥିଲେ। ଏଥିପାଇଁ ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ରୁ ସେ ବାଦ ପଡ଼ିଥିଲେ। ଏବେ ସୂର୍ଯ୍ୟ କୁମାର ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)ରେ ରିହାବିଲଟେଶନ ପ୍ରକ୍ରିୟାରେ ଅଛନ୍ତି। ସେ ଧୀରେଧୀରେ ସୁସ୍ଥ ହେଉଥିଲେ ହେଁ ଏପ୍ରିଲ ପୂର୍ବରୁ ମ୍ୟାଚ ଖେଳିବାକୁ ସଂପୂର୍ଣ୍ଣ ଫିଟ ହେବାର ଆଶା ବହୁତ କମ। ତେଣୁ ସେ ମୁମ୍ବାଇର ପ୍ରଥମ ମ୍ୟାଚ୍‌ରେ ଖେଳି ନ ପାରନ୍ତି ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri