Posted inଖେଳ

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ କହିଛନ୍ତି ଯେ ସେ ମଇଦାନରେ ଅଧିନାୟକ ଦାୟିତ୍ୱ ତୁଲାଇବାର ମଜା ନେଇଛନ୍ତି । ଏହାଛଡ଼ା ଅନେକ ବର୍ଷ ଧରି ଭିନ୍ନ ଭିନ୍ନ ଅଧିନାୟକଙ୍କ ନେତୃତ୍ୱରେ ଖେଳି ବହୁତ କିଛି ଶିଖିଥିବା ସେ କହିଛନ୍ତି।

ଭାରତୀୟ ଟିମ୍‌ ବିଶ୍ୱ ଚାମ୍ପିୟନ ହେବା ପରେ ରୋହିତ ଶର୍ମା ଟି୨୦ ଫର୍ମାଟରୁ ସନ୍ନ୍ୟାସ ନେଇଥିଲେ। ଏହାପରେ ତାଙ୍କ ସ୍ଥାନରେ ସୂର୍ଯ୍ୟକୁମାରଙ୍କୁ ଅଧିନାୟକ କରାଯାଇଥିଲା। ତାଙ୍କୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଅଧିକ ପ୍ରାଥମିକତା ଦିଆଯାଇଥିଲା, ଯାହାଙ୍କୁ ପ୍ରଥମ ଟି୨୦ ଟିମ୍‌ର ଅଧିନାୟକ ହେବାର ଦାବିଦାର କୁହାଯାଉଥିଲା।

ବିସିସିଆଇ ଟିଭିକୁ ସୂର୍ଯ୍ୟକୁମାର କହିଛନ୍ତି, ଅଧିନାୟକ ନ ଥିଲେ ବି ମୁଁ ସର୍ବଦା ମଇଦାନରେ ନେତୃତ୍ୱ ନେଉଥିବା ଲୋକଙ୍କଠାରୁ ବହୁତ କିଛି ଶିଖିଛି। ଏହା ଭଲ ଅନୁଭବ ଏବଂ ବଡ଼ ଦାୟିତ୍ୱ । ଏହାଛଡ଼ା କୋଚ୍‌ ଗମ୍ଭୀରଙ୍କ ସହ ସମ୍ପର୍କକୁ ନେଇ ସେ କହିଛନ୍ତି ଯେ, ଏହା ବେଶ ଖାସ୍‌ କାରଣ ମୁଁ ୨୦୧୪ରେ କେକେଆର୍‌ ପକ୍ଷରୁ ତାଙ୍କ ନେତୃତ୍ୱରେ ଖେଳିସାରିଛି। ସେବେ ମୋତେ ସୁଯୋଗ ମିଳିଥିବାରୁ ଆମର ସମ୍ପର୍କ ଏବେ ବି ମଜଭୂତ ଅଛି। ସେ ମୋତେ ଭଲ ଭାବେ ବୁଝନ୍ତି। ମୁଁ କିଭଳି କାମ କରେ, ଅଭ୍ୟାସ ସମୟରେ ମୋର ମାନସିକତା କ’ଣ ସବୁକିଛି ସେ ଜାଣିନିଅନ୍ତି। ତାଙ୍କ ପରାମର୍ଶରେ ଦଳର ନେତୃତ୍ୱ ନେବାର ଅନୁଭବ ପାଇଁ ମୁଁ ଉତ୍ସାହିତ ରହିଛି ବୋଲି ସୂର୍ଯ୍ୟକୁମାର କହିଛନ୍ତି।

ଏହାଛଡ଼ା କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ ବୋଲି ସୂର୍ଯ୍ୟକୁମାର କହିଛନ୍ତି। ଏଣୁ ବିନମ୍ରତା ଶିଖିବା ଉଚିତ। ଆପଣ କିଛି ବି ହାସଲ କରନ୍ତୁ , ଭଲ ପ୍ରଦର୍ଶନ କରନ୍ତୁ, ବିନମ୍ରତା ଶିଖିବାକୁ ହେବ। ମଇଦାନରେ ଯାହା ବି କର ସେଠାରେ ଛାଡ଼ି ଆସିବା ଉଚିତ। ଏହା କ୍ରିକେଟରର ଜୀବନ ନୁହେଁ, କେବଳ ଏକ ଅଂଶ। ଜୀବନରେ ସନ୍ତୁଳନ ରଖିବା ଜରୁରୀ। ଯଦି ଆପଣ ଜଣେ ଭଲ ମଣିଷ, ତେବେ ସବୁକିଛି ଭଲ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri