Posted inଖେଳ

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି। ସିରିଜର ଅନ୍ତିମ ମୁକାବିଲାରେ ଭାରତୀୟ ଖେଳାଳିମାନେ ଐତିହାସିକ ପ୍ରଦର୍ଶନ କରିଥିଲେ। ୨୦ ଓଭରରେ ୨୮୩ ରନ୍‌ର ଟାର୍ଗେଟ ଦେଇଥିଲେ। ସେହିଭଳି ଦକ୍ଷିଣ ଆଫ୍ରିକା ୧୮.୨ ଓଭରରେ ୧୪୮ ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା। ଏହି ସିରିଜରେ ସୂର୍ଯ୍ୟକୁମାରଙ୍କ ଅଧିନାୟକତ୍ୱ ସହ ବୋଲିଂ ଚର୍ଚ୍ଚାରେ ରହିଥିଲା। ହେଲେ ଏବେ ଭାରତୀୟ ପ୍ରଶଂସକ ତାଙ୍କୁ ମିସ୍‌ କରିବାକୁ ଯାଉଛନ୍ତି।

ଏବେ ସୂର୍ଯ୍ୟକୁମାର ଭାରତୀୟ ଟି୨୦ ଏବଂ ଦିନିକିଆ ଟିମ୍‌ର ଅଂଶ ଅଛନ୍ତି। ଚଳିତ ବର୍ଷ ଟିମ୍‌ ଆଉ ହ୍ବାଇଟ୍‌ ବଲ୍‌ ମ୍ୟାଚ ଖେଳିବ ନାହିଁ। ଅର୍ଥାତ ସୂର୍ଯ୍ୟକୁମାର ୨୦୨୪ର ଅନ୍ତିମ ଅନ୍ତର୍ଜାତୀୟ ମୁକାବିଲା ଖେଳିସାରିଛନ୍ତି। ଏବେ ସେ ଆସନ୍ତା ବର୍ଷ ଦଳ ପାଇଁ ଖେଳିବେ।

ଚଳିତ ବର୍ଷ ଶ୍ରୀଲଙ୍କା ଗସ୍ତ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଟି -୨୦ ଦଳର କମାଣ୍ଡ ପାଇଥିଲେ। ତାଙ୍କ ଅଧିନାୟକତ୍ୱରେ ଭାରତୀୟ ଟି -୨୦ ଦଳର ପ୍ରଦର୍ଶନ ଅତ୍ୟନ୍ତ ସ୍ମରଣୀୟ ଥିଲା। ଟିମ ଇଣ୍ଡିଆ ଶ୍ରୀଲଙ୍କାକୁ ୩-୦ରେ ପରାସ୍ତ କରିବା ପରେ ବାଂଲାଦେଶକୁ ନିଜ ଘରେ ୩-୦ରେ ପରାସ୍ତ କରିଥିଲା। ବର୍ତ୍ତମାନ ଦକ୍ଷିଣ ଆଫ୍ରିକାକୁ ମଧ୍ୟ ୩-୧ରେ ପରାସ୍ତ କରିଛି। ଭାରତୀୟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି -୨୦ ସିରିଜରେ ଟିମ ଇଣ୍ଡିଆ ୩ ମ୍ୟାଚ ଜିତିଛି। ଏହାପୂର୍ବରୁ କୌଣସି ଅଧିନାୟକ ଏହି ସଫଳତା ହାସଲ କରିବାରେ ସକ୍ଷମ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri