Posted inଖେଳ

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି। ସିରିଜର ଅନ୍ତିମ ମୁକାବିଲାରେ ଭାରତୀୟ ଖେଳାଳିମାନେ ଐତିହାସିକ ପ୍ରଦର୍ଶନ କରିଥିଲେ। ୨୦ ଓଭରରେ ୨୮୩ ରନ୍‌ର ଟାର୍ଗେଟ ଦେଇଥିଲେ। ସେହିଭଳି ଦକ୍ଷିଣ ଆଫ୍ରିକା ୧୮.୨ ଓଭରରେ ୧୪୮ ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା। ଏହି ସିରିଜରେ ସୂର୍ଯ୍ୟକୁମାରଙ୍କ ଅଧିନାୟକତ୍ୱ ସହ ବୋଲିଂ ଚର୍ଚ୍ଚାରେ ରହିଥିଲା। ହେଲେ ଏବେ ଭାରତୀୟ ପ୍ରଶଂସକ ତାଙ୍କୁ ମିସ୍‌ କରିବାକୁ ଯାଉଛନ୍ତି।

ଏବେ ସୂର୍ଯ୍ୟକୁମାର ଭାରତୀୟ ଟି୨୦ ଏବଂ ଦିନିକିଆ ଟିମ୍‌ର ଅଂଶ ଅଛନ୍ତି। ଚଳିତ ବର୍ଷ ଟିମ୍‌ ଆଉ ହ୍ବାଇଟ୍‌ ବଲ୍‌ ମ୍ୟାଚ ଖେଳିବ ନାହିଁ। ଅର୍ଥାତ ସୂର୍ଯ୍ୟକୁମାର ୨୦୨୪ର ଅନ୍ତିମ ଅନ୍ତର୍ଜାତୀୟ ମୁକାବିଲା ଖେଳିସାରିଛନ୍ତି। ଏବେ ସେ ଆସନ୍ତା ବର୍ଷ ଦଳ ପାଇଁ ଖେଳିବେ।

ଚଳିତ ବର୍ଷ ଶ୍ରୀଲଙ୍କା ଗସ୍ତ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଟି -୨୦ ଦଳର କମାଣ୍ଡ ପାଇଥିଲେ। ତାଙ୍କ ଅଧିନାୟକତ୍ୱରେ ଭାରତୀୟ ଟି -୨୦ ଦଳର ପ୍ରଦର୍ଶନ ଅତ୍ୟନ୍ତ ସ୍ମରଣୀୟ ଥିଲା। ଟିମ ଇଣ୍ଡିଆ ଶ୍ରୀଲଙ୍କାକୁ ୩-୦ରେ ପରାସ୍ତ କରିବା ପରେ ବାଂଲାଦେଶକୁ ନିଜ ଘରେ ୩-୦ରେ ପରାସ୍ତ କରିଥିଲା। ବର୍ତ୍ତମାନ ଦକ୍ଷିଣ ଆଫ୍ରିକାକୁ ମଧ୍ୟ ୩-୧ରେ ପରାସ୍ତ କରିଛି। ଭାରତୀୟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି -୨୦ ସିରିଜରେ ଟିମ ଇଣ୍ଡିଆ ୩ ମ୍ୟାଚ ଜିତିଛି। ଏହାପୂର୍ବରୁ କୌଣସି ଅଧିନାୟକ ଏହି ସଫଳତା ହାସଲ କରିବାରେ ସକ୍ଷମ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?