Posted inଖେଳ

ପାଣ୍ଡ୍ୟାଙ୍କୁ ଅଧିନାୟକ ନୁହେଁ, ଟିମ୍‌ ଇଣ୍ଡିଆରେ ମିଳିଛି ଏହି ଦାୟିତ୍ୱ; ସୂର୍ଯ୍ୟକୁମାର କହିଲେ ସତ…

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜାନୁଆରୀ ୨୨ ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜରେ, ଟିମ ଇଣ୍ଡିଆର ନେତୃତ୍ୱ ସୂର୍ଯ୍ୟକୁମାର ଯାଦବ ନେବେ। ସେହିଭଳି ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ କରାଯାଇଛି। ସିରିଜ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳରେ ସାମିଲ କରାଯାଇଥିଲେ ହେଁ ତାଙ୍କୁ କୌଣସି ଦାୟିତ୍ୱ ଦିଆଯାଇ ନାହିଁ। ଏକଦା ସେ ଟି-୨୦ ଫର୍ମାଟର ଅଧିନାୟକ ହେବାର ଏକ ଦୃଢ଼ ଦାବିଦାର ଥିଲେ। କିନ୍ତୁ ତାଙ୍କୁ ଉପ-ଅଧିନାୟକ ମଧ୍ୟ କରାଯାଇନାହିଁ, ଯାହାକୁ ନେଇ ଅନେକ ଅଭିଜ୍ଞ ଖେଳାଳି ପ୍ରଶ୍ନ ଉଠାଇଛନ୍ତି। ଏବେ ସୂର୍ଯ୍ୟକୁମାର ଯାଦବ ମଧ୍ୟ ଏହି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି।

ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ରେ ଅଧିନାୟକ ଏବଂ ଦିନିକିଆରେ ଉପ-ଅଧିନାୟକ ଦାୟିତ୍ୱ ତୁଲାଉଥିଲେ। ସେ ୨୦୨୩ ODI ବିଶ୍ୱକପରେ ମଧ୍ୟ ଭାରତୀୟ ଦଳର ଉପ-ଅଧିନାୟକ ଥିଲେ। କିନ୍ତୁ ଚାମ୍ପିଅନ୍ସ ଟ୍ରଫି ପାଇଁ ଶୁଭମନ ଗିଲଙ୍କୁ ରୋହିତ ଶର୍ମାଙ୍କ ଡେପୁଟି କରାଯାଇଛି। ସୂର୍ଯ୍ୟକୁମାର ଯାଦବ ସ୍ପଷ୍ଟ କରିଛନ୍ତି ଯେ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ବି ଭାରତୀୟ ଦଳର ନେତୃତ୍ୱ ଗୋଷ୍ଠୀର ଏକ ଅଂଶ ଅଛନ୍ତି।

ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ହେବା ପୂର୍ବରୁ ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାର କହିଛନ୍ତି, ‘ହାର୍ଦ୍ଦିକଙ୍କ ସହ ମୋର ସମ୍ପର୍କ ପ୍ରକୃତରେ ବହୁତ ଭଲ। ଏହା କେବଳ ଏକ ଅତିରିକ୍ତ ଦାୟିତ୍ୱ ଯାହା ମୋତେ ମିଳିଛି। ହାର୍ଦ୍ଦିକ ନେତୃତ୍ୱ ଗୋଷ୍ଠୀର ଅଂଶ ଏବଂ ଆମେ ଭଲ ବନ୍ଧୁ ବୋଲି ସେ କହିଛନ୍ତି।

ହାର୍ଦ୍ଦିକ ପାଣ୍ଡ୍ୟା ଏପର୍ଯ୍ୟନ୍ତ ୧୬ ଟି ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକତ୍ୱ କରିଛନ୍ତି। ଏହି ସମୟ ମଧ୍ୟରେ ଭାରତ ୧୧ଟି ମ୍ୟାଚ୍‌ ଜିତିଛି ଏବଂ ୫ଟି ହାରିଛି। କିନ୍ତୁ ୨୦୨୪ ଟି-୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତ ଭାରତୀୟ ଟି-୨୦ ଦଳକୁ ଫେରିଥିଲେ। ତା’ପରେ ହାର୍ଦ୍ଦିକଙ୍କୁ ଏହି ଦାୟିତ୍ୱରୁ ମୁକ୍ତ କରାଯାଇଥିଲା। ସେବେଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକତ୍ୱର ଦାୟିତ୍ୱ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri