Posted inଖେଳ

ପାଣ୍ଡ୍ୟାଙ୍କୁ ଅଧିନାୟକ ନୁହେଁ, ଟିମ୍‌ ଇଣ୍ଡିଆରେ ମିଳିଛି ଏହି ଦାୟିତ୍ୱ; ସୂର୍ଯ୍ୟକୁମାର କହିଲେ ସତ…

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜାନୁଆରୀ ୨୨ ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜରେ, ଟିମ ଇଣ୍ଡିଆର ନେତୃତ୍ୱ ସୂର୍ଯ୍ୟକୁମାର ଯାଦବ ନେବେ। ସେହିଭଳି ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ କରାଯାଇଛି। ସିରିଜ ଲାଗି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳରେ ସାମିଲ କରାଯାଇଥିଲେ ହେଁ ତାଙ୍କୁ କୌଣସି ଦାୟିତ୍ୱ ଦିଆଯାଇ ନାହିଁ। ଏକଦା ସେ ଟି-୨୦ ଫର୍ମାଟର ଅଧିନାୟକ ହେବାର ଏକ ଦୃଢ଼ ଦାବିଦାର ଥିଲେ। କିନ୍ତୁ ତାଙ୍କୁ ଉପ-ଅଧିନାୟକ ମଧ୍ୟ କରାଯାଇନାହିଁ, ଯାହାକୁ ନେଇ ଅନେକ ଅଭିଜ୍ଞ ଖେଳାଳି ପ୍ରଶ୍ନ ଉଠାଇଛନ୍ତି। ଏବେ ସୂର୍ଯ୍ୟକୁମାର ଯାଦବ ମଧ୍ୟ ଏହି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି।

ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଟି-୨୦ରେ ଅଧିନାୟକ ଏବଂ ଦିନିକିଆରେ ଉପ-ଅଧିନାୟକ ଦାୟିତ୍ୱ ତୁଲାଉଥିଲେ। ସେ ୨୦୨୩ ODI ବିଶ୍ୱକପରେ ମଧ୍ୟ ଭାରତୀୟ ଦଳର ଉପ-ଅଧିନାୟକ ଥିଲେ। କିନ୍ତୁ ଚାମ୍ପିଅନ୍ସ ଟ୍ରଫି ପାଇଁ ଶୁଭମନ ଗିଲଙ୍କୁ ରୋହିତ ଶର୍ମାଙ୍କ ଡେପୁଟି କରାଯାଇଛି। ସୂର୍ଯ୍ୟକୁମାର ଯାଦବ ସ୍ପଷ୍ଟ କରିଛନ୍ତି ଯେ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ବି ଭାରତୀୟ ଦଳର ନେତୃତ୍ୱ ଗୋଷ୍ଠୀର ଏକ ଅଂଶ ଅଛନ୍ତି।

ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ହେବା ପୂର୍ବରୁ ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାର କହିଛନ୍ତି, ‘ହାର୍ଦ୍ଦିକଙ୍କ ସହ ମୋର ସମ୍ପର୍କ ପ୍ରକୃତରେ ବହୁତ ଭଲ। ଏହା କେବଳ ଏକ ଅତିରିକ୍ତ ଦାୟିତ୍ୱ ଯାହା ମୋତେ ମିଳିଛି। ହାର୍ଦ୍ଦିକ ନେତୃତ୍ୱ ଗୋଷ୍ଠୀର ଅଂଶ ଏବଂ ଆମେ ଭଲ ବନ୍ଧୁ ବୋଲି ସେ କହିଛନ୍ତି।

ହାର୍ଦ୍ଦିକ ପାଣ୍ଡ୍ୟା ଏପର୍ଯ୍ୟନ୍ତ ୧୬ ଟି ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକତ୍ୱ କରିଛନ୍ତି। ଏହି ସମୟ ମଧ୍ୟରେ ଭାରତ ୧୧ଟି ମ୍ୟାଚ୍‌ ଜିତିଛି ଏବଂ ୫ଟି ହାରିଛି। କିନ୍ତୁ ୨୦୨୪ ଟି-୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତ ଭାରତୀୟ ଟି-୨୦ ଦଳକୁ ଫେରିଥିଲେ। ତା’ପରେ ହାର୍ଦ୍ଦିକଙ୍କୁ ଏହି ଦାୟିତ୍ୱରୁ ମୁକ୍ତ କରାଯାଇଥିଲା। ସେବେଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକତ୍ୱର ଦାୟିତ୍ୱ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri