Posted inଖେଳ

ଓଡ଼ିଶାରେ ଟି-୨୦ ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିବ ବଡ ଦାୟିତ୍ୱ

ମୁମ୍ବାଇ,୨୧।୧୧: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଆଗାମୀ ୨୦୨୫-୨୬ ସୟଦ ମୁସ୍ତାକ ଅଲି ଟ୍ରଫି (SMAT) ରେ ମୁମ୍ବାଇ ଦଳର ନେତୃତ୍ୱ ନେବାକୁ ଯାଉଛନ୍ତି। ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଅପରାହ୍ନରେ ମୁମ୍ବାଇ କ୍ରିକେଟ୍ ଆସୋସିଏସନ୍ (MCA) ର ବରିଷ୍ଠ ଚୟନ କମିଟି ବୈଠକରେ ଏହି ନିଷ୍ପତ୍ତି ଉପରେ ମୋହର ଲାଗିବ।

ସୂର୍ଯ୍ୟକୁମାର ଯାଦବ ଆଗାମୀ ଘରୋଇ ଟି-୨୦ ଲିଗ୍ ମ୍ୟାଚ୍ ଖେଳିବା ପାଇଁ ତାଙ୍କର ଉପଲବ୍ଧତା ପ୍ରକାଶ କରିଛନ୍ତି। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ସେ ହ୍ୱାଇଟ ବଲ୍ କ୍ରିକେଟ୍ ପାଇଁ ପ୍ରସ୍ତୁତି କରିବାକୁ ଚାହୁଁଛନ୍ତି।

ମୁମ୍ବାଇର SMAT ଲିଗ୍ ମ୍ୟାଚ୍ ଗୁଡ଼ିକ ନଭେମ୍ବର ୨୬ରୁ ଲକ୍ଷ୍ନୌରେ ଆରମ୍ଭ ହେବ। ମୁମ୍ବାଇ ଏହି ଟ୍ରଫିରେ ରେଳବାଇ, ବିଦର୍ଭ, ଆନ୍ଧ୍ର, ଆସାମ, କେରଳ, ଛତିଶଗଡ଼, ଏବଂ ଓଡ଼ିଶା ସହିତ ମୁକାବିଲା କରିବ।

ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବ। ସୂର୍ଯ୍ୟକୁମାର ଯାଦବ ଡିସେମ୍ବର ୬ ଏବଂ ୮ ତାରିଖରେ ହେବାକୁ ଥିବା ଶେଷ ଦୁଇଟି ଲିଗ୍ ମ୍ୟାଚ୍ ଖେଳି ଡିସେମ୍ବର ୯ ପୂର୍ବରୁ ଭାରତୀୟ ଦଳରେ ଯୋଗ ଦେବାର ସମ୍ଭାବନା ରହିଛି।

ପୂର୍ବରୁ ଶ୍ରେୟସ ଆୟର ହ୍ୱାଇଟ ବଲ୍ କ୍ରିକେଟ୍‌ରେ ମୁମ୍ବାଇର ନେତୃତ୍ୱ ନେବେ ବୋଲି ଆଶା କରାଯାଉଥିଲା, କିନ୍ତୁ ଆୟର ଆହତ ଥିବାରୁ ଏବଂ ସୂର୍ଯ୍ୟକୁମାର ଉପଲବ୍ଧ ଥିବାରୁ MCA ତାଙ୍କୁ ଦଳର ନେତୃତ୍ୱ ନେବାକୁ ନିଷ୍ପତ୍ତି ନେଇଛି। ଶାର୍ଦ୍ଦୁଲ ଠାକୁର ପୂର୍ବରୁ ରଣଜୀ ଟ୍ରଫି ଅଧିନାୟକ ଭାବେ ଚୟନ ହୋଇଥିଲେ।

ଉଲ୍ଲେଖଯୋଗ୍ୟ, ସୂର୍ଯ୍ୟକୁମାର ପୂର୍ବରୁ ମଧ୍ୟ ପୁଡୁଚେରୀ ବିପକ୍ଷ ରଣଜୀ ଟ୍ରଫି ମ୍ୟାଚ୍‌ରୁ ଦୂରେଇ ରହିବାକୁ MCA କୁ ଜଣାଇଥିଲେ। ସେହିପରି, ଶିବମ ଦୁବେ ମଧ୍ୟ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍ ପାଇଁ ପ୍ରସ୍ତୁତି କରିବାକୁ ଆଗାମୀ ରଣଜୀ ମ୍ୟାଚରୁ ଓହରି ଯିବା ପାଇଁ MCA ଠାରୁ ଅନୁମତି ପାଇଛନ୍ତି। ସୂର୍ଯ୍ୟକୁମାର ଯାଦବ ଶେଷ ଥର ପାଇଁ ଚଳିତ ବର୍ଷ ଆରମ୍ଭରେ ରଣଜୀ ଟ୍ରଫି ସେମିଫାଇନାଲରେ ବିଦର୍ଭ ବିପକ୍ଷରେ ମୁମ୍ବାଇ ପାଇଁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri