Posted inଖେଳ

ଟି-୨୦ ପ୍ଲେୟାର ଅଫ ଦି ଇୟର ପୁରସ୍କାର ଦୌଡରେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୨୯।୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୨୦୨୨ ବାର୍ଷିକ ପୁରସ୍କାର ପାଇଁ ଖେଳାଳିଙ୍କ ନାମ ତାଲିକାଭୁକ୍ତ କରିଛି। ଟି-୨୦ ସର୍ଟଲିଷ୍ଟରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ସୁର୍ଯ୍ୟକୁମାର ଯାଦବ ସ୍ଥାନ ପାଇଛନ୍ତି। ତାଙ୍କ ବ୍ୟତୀତ ଅନ୍ୟ ତିନି ଖେଳାଳିଙ୍କୁ ମଧ୍ୟ ସର୍ଟଲିଷ୍ଟ କରାଯାଇଛି। ଦିନିକିଆରେ କୌଣସି ଭାରତୀୟ ଖେଳାଳି ସ୍ଥାନ ପାଇ ନାହାଁନ୍ତି। ଉଭୟ ଫର୍ମାଟରେ ପାକିସ୍ତାନରୁ ଜଣେ ଖେଳାଳି ଅଛନ୍ତି।
ପ୍ଲେୟାର ଅଫ ଦି ଇୟର ପୁରସ୍କାର ପାଇଁ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟତୀତ ଜିମ୍ବାୱେର ସିକନ୍ଦର ରାଜା, ଇଂଲଣ୍ଡର ସାମ କରଣ ଏବଂ ପାକିସ୍ତାନର ମହମ୍ମଦ ରିଜୱାନଙ୍କୁ ମନୋନୀତ କରାଯାଇଛି। ଏଥି ସହିତ ଦିନିକିଆରେ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ସହ ଅଷ୍ଟ୍ରେଲିଆର ଆଦାମ ଜାମ୍ପା, ଜିମ୍ବାୱେର ସିକନ୍ଦର ରାଜା ଏବଂ ୱେଷ୍ଟଇଣ୍ଡିଜ ସାଇ ହୋପଙ୍କ ନାମ ସର୍ଟଲିଷ୍ଟ କରାଯାଇଛି।
୨୦୨୨ରେ ୩୧ ଟି-୨୦ ମ୍ୟାଚରେ ସୂର୍ଯ୍ୟକୁମାର ୧୧୬୪ ରନ ସ୍କୋର କରିଥିଲେ। ସେ ମଧ୍ୟ ଚଳିତ ବର୍ଷ ଟି-୨୦ରେ ସର୍ବାଧିକ ରନ ସ୍କୋରର ଅଟନ୍ତି। ତାଙ୍କର ଷ୍ଟ୍ରାଇକ ରେଟ୍‌ ୧୮୭.୪୩ ଥିଲା। ସୁର୍ଯ୍ୟକୁମାର ମଧ୍ୟ ଚଳିତ ବର୍ଷ ସର୍ବାଧିକ ୬୮ ଛକା ମାରିଛନ୍ତି। ଏହି ସମୟ ମଧ୍ୟରେ ସେ ଦୁଇ ଶତକ ଏବଂ ୯ ଅର୍ଦ୍ଧଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri