Posted inଖେଳ

ସୂର୍ଯ୍ୟକୁମାର ବହୁତ ବୁଝାଇଲେ, ତଥାପି ବିଫଳ ହେଲେ ହାର୍ଦ୍ଦିକ; LIVE ମ୍ୟାଚ୍‌ରେ ନିଜକୁ…

ନୂଆଦିଲ୍ଲୀ,୨୭।୭: ଟି୨୦ ବିଶ୍ୱକପ୍‌ ଜିତାଇବା ପରେ ହାର୍ଦ୍ଦିକ ପାଣ୍ଡ୍ୟା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ସେ ୧୦ ବଲ୍‌ରେ ୯ ରନ୍‌ କରି ନିଜର ଉଇକେଟ ହରାଇଥିଲେ। ବ୍ୟାଟିଂ ଉପଯୋଗୀ ପିଚ୍‌ରେ ଏଭଳି ରନ୍‌କୁ ନେଇ ତାଙ୍କର ସମାଲୋଚନା କରାଯାଉଛି। ପାଣ୍ଡ୍ୟା ଆଉଟ ହେବା ପୂର୍ବରୁ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା।

୧୪ ଓଭରରେ ମଇଦାନକୁ ଆସିଥିଲେ ପାଣ୍ଡ୍ୟା। ସେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଉଇକେଟ ଯିବା ପରେ ଖେଳିବାକୁ ଆସିଥିଲେ। ଯେତେବେଳେ ସେ କ୍ରିଜ୍‌କୁ ଯାଉଥିଲେ ସୂର୍ଯ୍ୟକୁମାର ତାଙ୍କୁ କିଛି କହିଥିଲେ। ପ୍ରାୟ ୧୦ ସେକେଣ୍ଡ ଯାଏ କିଛି ବୁଝାଇଥିଲେ। ଶେଷ ଯାଏ ମଇଦାନରେ ରହିବାକୁ ସେ କହୁଥିବା ଅନୁମାନ କରାଯାଉଥିଲା। ହେଲେ ତାହା ହୋଇ ନ ଥିଲା। ପାଣ୍ଡ୍ୟା ଚେଷ୍ଟା କରିଥିଲେ ହେଁ ନିଜର ଇନିଂସକୁ ଆଗକୁ ବଢ଼ାଇ ପାରି ନ ଥିଲେ।

ଯେତେବେଳେ ପାଣ୍ଡ୍ୟା ବୋଲ୍ଡ ହୋଇଥିଲେ ସେ ନିଜ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେ ନିଜର ଭତ୍ସନା କରୁଥିବା ନଜର ଆସିଥିଲା। କହିବାକୁ ଗଲେ ପାଣ୍ଡ୍ୟାଙ୍କ ଲାଗି ଏହି ସିରିଜ ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ସେ ଚୟନକର୍ତ୍ତାଙ୍କ ନିକଟରେ ନିଜକୁ ପ୍ରମାଣିତ କରିବାକୁ ଚାହାନ୍ତି ଯେ ଫିଟ୍‌ ଅଛନ୍ତି ବୋଲି। ଏବେ ଆଗକୁ ସେ କିଭଳି ପ୍ରଦର୍ଶନ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri