Posted inଖେଳ

ସୂର୍ଯ୍ୟକୁମାର ବହୁତ ବୁଝାଇଲେ, ତଥାପି ବିଫଳ ହେଲେ ହାର୍ଦ୍ଦିକ; LIVE ମ୍ୟାଚ୍‌ରେ ନିଜକୁ…

ନୂଆଦିଲ୍ଲୀ,୨୭।୭: ଟି୨୦ ବିଶ୍ୱକପ୍‌ ଜିତାଇବା ପରେ ହାର୍ଦ୍ଦିକ ପାଣ୍ଡ୍ୟା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ସେ ୧୦ ବଲ୍‌ରେ ୯ ରନ୍‌ କରି ନିଜର ଉଇକେଟ ହରାଇଥିଲେ। ବ୍ୟାଟିଂ ଉପଯୋଗୀ ପିଚ୍‌ରେ ଏଭଳି ରନ୍‌କୁ ନେଇ ତାଙ୍କର ସମାଲୋଚନା କରାଯାଉଛି। ପାଣ୍ଡ୍ୟା ଆଉଟ ହେବା ପୂର୍ବରୁ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା।

୧୪ ଓଭରରେ ମଇଦାନକୁ ଆସିଥିଲେ ପାଣ୍ଡ୍ୟା। ସେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଉଇକେଟ ଯିବା ପରେ ଖେଳିବାକୁ ଆସିଥିଲେ। ଯେତେବେଳେ ସେ କ୍ରିଜ୍‌କୁ ଯାଉଥିଲେ ସୂର୍ଯ୍ୟକୁମାର ତାଙ୍କୁ କିଛି କହିଥିଲେ। ପ୍ରାୟ ୧୦ ସେକେଣ୍ଡ ଯାଏ କିଛି ବୁଝାଇଥିଲେ। ଶେଷ ଯାଏ ମଇଦାନରେ ରହିବାକୁ ସେ କହୁଥିବା ଅନୁମାନ କରାଯାଉଥିଲା। ହେଲେ ତାହା ହୋଇ ନ ଥିଲା। ପାଣ୍ଡ୍ୟା ଚେଷ୍ଟା କରିଥିଲେ ହେଁ ନିଜର ଇନିଂସକୁ ଆଗକୁ ବଢ଼ାଇ ପାରି ନ ଥିଲେ।

ଯେତେବେଳେ ପାଣ୍ଡ୍ୟା ବୋଲ୍ଡ ହୋଇଥିଲେ ସେ ନିଜ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେ ନିଜର ଭତ୍ସନା କରୁଥିବା ନଜର ଆସିଥିଲା। କହିବାକୁ ଗଲେ ପାଣ୍ଡ୍ୟାଙ୍କ ଲାଗି ଏହି ସିରିଜ ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ସେ ଚୟନକର୍ତ୍ତାଙ୍କ ନିକଟରେ ନିଜକୁ ପ୍ରମାଣିତ କରିବାକୁ ଚାହାନ୍ତି ଯେ ଫିଟ୍‌ ଅଛନ୍ତି ବୋଲି। ଏବେ ଆଗକୁ ସେ କିଭଳି ପ୍ରଦର୍ଶନ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri