Posted inଖେଳ

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ ନାମ ଯୋଡି ହୋଇଥିବା ବେଳେ ଏବେ ବିବାହିତ ସୂର୍ଯ୍ୟକୁମାରଙ୍କ ନାଁ’କୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି। ବଲିଉଡ ଅଭିନେତ୍ରୀ ତଥା ରିଆଲିଟି ସୋ ‘MTV Splitsvilla’ର ପ୍ରତିଯୋଗୀ ଖୁସି ମୁଖାର୍ଜୀଙ୍କ ବୟାନ ସମସ୍ତଙ୍କୁ ଚମକାଇ ଦେଇଛି। ସୂର୍ଯ୍ୟକୁମାର ପୂର୍ବରୁ ତାଙ୍କୁ ବାରମ୍ବାର ମେସେଜ୍ କରୁଥିଲେ ବୋଲି ଖୁସି ଏକ ସାକ୍ଷାତକାରରେ କହିଛନ୍ତି।

ଏକ ଖବରଦାତା ସମ୍ମିଳନୀରେ ଖୁସିଙ୍କୁ କୌଣସି କ୍ରିକେଟରଙ୍କୁ ଡେଟ୍ କରିବା ପ୍ରଶ୍ନରେ ସେ କହିଥିଲେ ଯେ, “ମୁଁ କୌଣସି କ୍ରିକେଟରଙ୍କୁ ଡେଟ୍ କରିବାକୁ ଚାହେଁନାହିଁ। ମୋ ପଛରେ ଅନେକ କ୍ରିକେଟର ପଡ଼ିଥିଲେ। ସୂର୍ଯ୍ୟକୁମାର ଯାଦବ ମଧ୍ୟ ମୋତେ ବହୁତ ମେସେଜ୍ କରୁଥିଲେ। କିନ୍ତୁ ଏବେ ଆମ ମଧ୍ୟରେ ସେମିତି କିଛି କଥାବାର୍ତ୍ତା ହେଉନାହିଁ। ମୁଁ ନିଜ ନାମ କାହା ସହ ଯୋଡ଼ିବାକୁ ପସନ୍ଦ କରେ ନାହିଁ।” ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚାରେ ଅଛି। ତେବେ ଏହି ପ୍ରସଙ୍ଗରେ ସୂର୍ଯ୍ୟକୁମାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

ଏହି ଚର୍ଚ୍ଚା ମଧ୍ୟରେ ସୂର୍ଯ୍ୟକୁମାର ଯାଦବ ଓ ତାଙ୍କ ପତ୍ନୀ ଦେବିଶା ଶେଟ୍ଟୀ ଆନ୍ଧ୍ରପ୍ରଦେଶର ତିରୁମାଲା ସ୍ଥିତ ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ଦର୍ଶନ କରିଛନ୍ତି। ବୈକୁଣ୍ଠ ଏକାଦଶୀ ଅବସରରେ ଉଭୟ ପ୍ରଭୁ ଭେଙ୍କଟେଶ୍ୱରଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପାରମ୍ପରିକ ପୋଷାକରେ ସେମାନେ ମନ୍ଦିର ପରିସରରେ ଶ୍ରଦ୍ଧା ଓ ନମ୍ରତାର ସହ ରୀତିନୀତି ସମ୍ପନ୍ନ କରିଥିଲେ। ଟିଟିଡି (TTD) ଅଧିକାରୀମାନେ ସେମାନଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ସହ ସେମାନଙ୍କୁ ତୀର୍ଥ ପ୍ରସାଦ ଓ ଶେଷବସ୍ତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri