Posted inଖେଳ

ସୂର୍ଯ୍ୟକୁମାରଙ୍କ ଶତକ: ନ୍ୟୁଜିଲାଣ୍ଡକୁ ୧୯୨ ରନ୍‌ ଟାର୍ଗେଟ୍‌ ଦେଲା ଭାରତ

ମାଉଣ୍ଟ ମଙ୍ଗାନୁଇ,୨୦।୧୧: ଭାରତର ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମାଉଣ୍ଟ ମଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ସମ୍ମୁଖରେ ଭାରତ ୧୯୨ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହାରି ପରେ ପ୍ରଥମେ ବ୍ୟାଟିଂ କରି ଭାରତର ଆରମ୍ଭ ଭଲ ନ ଥିଲା। ଭାରତର ପ୍ରଥମ ଉଇକେଟ ୩୬ ରନ ସ୍କୋରରେ ପଡିଥିଲା। ରିଷଭ ପନ୍ତ ୧୩ ବଲରେ ୬ ରନ ସ୍କୋର କରିବା ପରେ ଆଉଟ୍‌ ହୋଇଥିଲେ। ଏହା ପରେ ଇଶାନ କିଶନ ଦ୍ରୁତ ରନ ସ୍କୋର କରି ଭାରତର ସ୍କୋରକୁ ୫୦ ରନ ପାର୍‌ କରିଥିଲେ, କିନ୍ତୁ ସେ ମଧ୍ୟ ୩୧ ବଲରେ ୩୬ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ।
ଗୋଟିଏ ପଟେ ସୂର୍ଯ୍ୟକୁମାର ଯାଦବ ଦାୟିତ୍ୱର ସହ ବ୍ୟାଟିଂ କରୁଥିବାବେଳେ ଅନ୍ୟ ପଟେ ଉଇକେଟ ପଡୁଥିଲା। ୯ ବଲରେ ୧୩ ରନ ସ୍କୋର କରିବା ପରେ ଶ୍ରେୟସ ଆୟର ଆଉଟ୍‌ ହୋଇଥିଲେ। ଏଥି ସହିତ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୧୩ଟି ବଲରେ ୧୩ ରନ ସଂଗ୍ରହ କରିଥିଲେ। ଦୀପକ ହୁଡା ଏବଂ ୱାଶିଂଟନ ସୁନ୍ଦର ମଧ୍ୟ ସେମାନଙ୍କ ଆକାଉଣ୍ଟ ଖୋଲିପାରି ନ ଥିଲେ। ଶେଷରେ, ସୁର୍ଯ୍ୟକୁମାର ଯାଦବ ୫୧ ବଲରେ ୧୧୧ ରନ ସଂଗ୍ରହ କରିବା ପରେ ଅପରାଜିତ ରହିଥିଲେ। ସେ ତାଙ୍କ ଇନିଂସରେ ୧୧ ଚୌକା ଓ ସାତ ଛକା ମାରିଥିଲେ। ତାଙ୍କ ଶତକ ଯୋଗୁ ଭାରତ ୧୯୧ ରନ ସଂଗ୍ରହ କରିଥିଲା।
ନ୍ୟୁଜିଲାଣ୍ଡ ପକ୍ଷରୁ ଟିମ ସାଉଥି ତିନିଟି ଏବଂ ଲକି ଫର୍ଗୁସନ ୨ଟି ଉଇକେଟ ନେଇଥିଲେ। ଇଶସୋଡି ଗୋଟିଏ ଉଇକେଟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?