Posted inଜାତୀୟ

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ହଂକଂକୁ ୧୯୩ ରନ୍‌ର ବିଜୟ ଲକ୍ଷ୍ୟ

ଦୁବାଇ,୩୧।୮: ଏସିଆ କପ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ ଭାରତ ଏବଂ ହଂକଂ ମଧ୍ୟରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୧୯୨ ରନ ସଂଗ୍ରହ କରିଛି। ସୁର୍ଯ୍ୟକୁମାର ଯାଦବ ଏବଂ ବିରାଟ କୋହଲି ଭାରତ ପାଇଁ ଅର୍ଦ୍ଧଶତକ ହାସଲ କରିଥିଲେ। ପ୍ରଥମେ ବ୍ୟାଟିଂ ଭାରତ ପାୱାରପ୍ଲେରେ ଗୋଟିଏ ଉଇକେଟ ହରାଇ ୪୪ ରନ ସଂଗ୍ରହ କରିଥିଲା। ୧୩ ବଲରେ ୨୧ ରନ ସ୍କୋର କରିବା ପରେ ଅଧିନାୟକ ରୋହିତ ଶର୍ମା ଆଉଟ୍‌ ହୋଇଥିଲେ। କେ.ଏଲ ରାହୁଲ ବହୁତ ଧୀର ଇନିଂସ ଖେଳି ୩୯ ବଲରେ ୩୬ ରନରେ ଆଉଟ୍‌ ହୋଇଥିଲେ। ଏହା ପରେ ସୂର୍ଯ୍ୟକୁମାର ଯାଦବ ଏବଂ ବିରାଟ କୋହଲି କୌଣସି ଉଇକେଟ ହରାଇବାକୁ ଦେଇ ନ ଥିଲେ। ଏହି ଦୁଇଜଣ ତୃତୀୟ ଉଇକେଟ ପାଇଁ ୪୨ ବଲରେ ୯୮ ରନର ଭାଗିଦାରୀ କରିଥିଲେ। ସୂର୍ଯ୍ୟକୁମାର ଯାଦବ ମାତ୍ର ୨୬ ବଲରେ ୬୮ ରନର ଏକ ଶକ୍ତିଶାଳୀ ଇନିଂସ ଖେଳିଥିଲେ। ଏହି ସମୟରେ ସେ ୬ଟି ଛକା ଓ ୬ଟି ଚୌକା ମାରିଥିଲେ। ବିରାଟ କୋହଲି ମଧ୍ୟ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୪୪ ବଲରୁ ୫୯ ରନ୍‌ରେ ଅପରାଜିତ ରହିଥିଲେ। ବିରାଟ ତାଙ୍କ ଇନିଂସରେ ୪ ଚୌକା ଓ ଗୋଟିଏ ଛକା ମାରିଥିଲେ।
ପ୍ରଥମ ମ୍ୟାଚରେ ଭାରତ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରିଥିଲା। ଆଫଗାନିସ୍ତାନ ସୁପର-୪ ପାଇଁ ଯୋଗ୍ୟତା ଅର୍ଜନ କରିଥିବାବେଳେ ଭାରତ ଏକମାତ୍ର ମ୍ୟାଚ ଜିତିଛି। ପାକିସ୍ତାନ, ବାଂଲାଦେଶ ଏବଂ ଶ୍ରୀଲଙ୍କାର ବିଜୟ ଖାତା ଖୋଲିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri