ଟିକେଟ ନ ମିଳିବାରୁ ସୂର୍ଯ୍ୟମନ୍ଦିରରେ ଉତ୍ତେଜନା

କୋଣାର୍କ,୧୪ା୧୧(ଡି.ଏନ୍‌.ଏ): ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସୂର୍ଯ୍ୟମନ୍ଦିରରେ ରବିବାର ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି। ସୂର୍ଯ୍ୟମନ୍ଦିର ବୁଲିବାକୁ ପ୍ରବେଶ ଟିକେଟ ନ ମିଳିବାରୁ ପର୍ଯ୍ୟଟକଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାକୁ ନେଇ ସେଠାରେ ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ)ର ଦାୟିତ୍ୱହୀନତା ଯୋଗୁ ଏଭଳି ଅବସ୍ଥା ଉପୁଜିଥିବା ପର୍ଯ୍ୟଟକମାନେ ଅଭିଯୋଗ କରିଛନ୍ତି। ସମ୍ପ୍ରତି ପର୍ଯ୍ୟଟନ ଋତୁରେ କୋଣାର୍କକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ରବିବାର ଛୁଟିଦିନ ଥିବାରୁ ସୂର୍ଯ୍ୟମନ୍ଦିର ବୁଲିବାକୁ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ହୋଇଥିଲା। ଟିକେଟ ପାଇଁ କାଉଣ୍ଟର ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ପର୍ଯ୍ୟଟକମାନେ ଅପେକ୍ଷା କରି ରହିଥିଲେ। ତେବେ ବହୁ ପର୍ଯ୍ୟଟକଙ୍କୁ ପ୍ରବେଶ ଲାଗି ଟିକେଟ ମିଳି ନ ଥିଲା। ଏଥିଯୋଗୁ ସେମାନେ ନିରାଶ ହୋଇଥିଲେ। ସେହିପରି ଅନେକ ପର୍ଯ୍ୟଟକ ଅନଲାଇନ ଟିକେଟ କରିଥିଲେ ମଧ୍ୟ ମୁଖ୍ୟଦ୍ୱାର ବନ୍ଦ ହୋଇଯିବାରୁ ୨ଘଣ୍ଟା ଅପେକ୍ଷା କରି ନିରାଶରେ ଫେରିଯାଇଥିଲେ। ଦୀର୍ଘସମୟ ପର୍ଯ୍ୟନ୍ତ କୌଣସି ଅଧିକାରୀଙ୍କ ଦେଖା ମିଳି ନ ଥିଲା। ଫଳରେ ମୁଖ୍ୟଦ୍ୱାରରେ ପର୍ଯ୍ୟଟକମାନେ ହୋହାଲ୍ଲା କରି ଠେଲାପେଲା କରିଥିଲେ। ସୁରକ୍ଷାକର୍ମୀମାନଙ୍କ ଦ୍ୱାରା ସୂର୍ଯ୍ୟମନ୍ଦିର ମୁଖ୍ୟଦ୍ୱାର ଓ ପ୍ରବେଶ ପଥ ବନ୍ଦ କରିଦିଆଯିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ କୋଣାର୍କ ପୋଲିସ ଓ ଗଣମାଧ୍ୟମ ପ୍ରତିନିଧିମାନେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବା ପରେ ମୁଖ୍ୟ ପ୍ରବେଶ ପଥ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟଟକମାନେ ମାଗଣାରେ ସୂର୍ଯ୍ୟମନ୍ଦିର ପରିସରରେ ପ୍ରବେଶ କରିଥିଲେ। ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିଥିବାବେଳେ ଏଏସ୍‌ଆଇ ପାଖରେ ଆବଶ୍ୟକ ସଂଖ୍ୟକ ଟିକେଟ ଅଭାବ ଯୋଗୁ ଏଭଳି ଅବ୍ୟବସ୍ଥା ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ସର୍ଭର ଡାଉନ ଥିବାରୁ ଏଭଳି ସମସ୍ୟା ଦେଖାଦେଇଥିବା କର୍ମଚାରୀ କହିଛନ୍ତି। ପ୍ରତିଦିନ ପ୍ରାୟ ଦୁଇହଜାର ଟିକେଟ ବିକ୍ରି କରାଯାଇଥାଏ। ତେବେ ପର୍ଯ୍ୟଟନ ଋତୁ, ପର୍ବପର୍ବାଣି ଓ ଛୁଟିଦିନଗୁଡ଼ିକରେ ଅଧିକ ଗହଳି ହେଉଥିବାରୁ ଅଧିକ ଟିକେଟ ମହଜୁଦ ରଖାଯିବା କଥା। ମାତ୍ର ରବିବାର ସେଥିପ୍ରତି ଗୁରୁତ୍ୱ ଦିଆଯାଇ ନ ଥିଲା। ଏଏସ୍‌ଆଇର ଅପାରଗତା ଓ ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁ ପ୍ରତିବର୍ଷ ପର୍ଯ୍ୟଟନ ଋତୁରେ ଏଭଳି ସମସ୍ୟା ଉପୁଜୁଥିବା ଅଞ୍ଚଳବାସୀ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri