ଟିକେଟ ନ ମିଳିବାରୁ ସୂର୍ଯ୍ୟମନ୍ଦିରରେ ଉତ୍ତେଜନା

କୋଣାର୍କ,୧୪ା୧୧(ଡି.ଏନ୍‌.ଏ): ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସୂର୍ଯ୍ୟମନ୍ଦିରରେ ରବିବାର ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି। ସୂର୍ଯ୍ୟମନ୍ଦିର ବୁଲିବାକୁ ପ୍ରବେଶ ଟିକେଟ ନ ମିଳିବାରୁ ପର୍ଯ୍ୟଟକଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାକୁ ନେଇ ସେଠାରେ ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍‌ଆଇ)ର ଦାୟିତ୍ୱହୀନତା ଯୋଗୁ ଏଭଳି ଅବସ୍ଥା ଉପୁଜିଥିବା ପର୍ଯ୍ୟଟକମାନେ ଅଭିଯୋଗ କରିଛନ୍ତି। ସମ୍ପ୍ରତି ପର୍ଯ୍ୟଟନ ଋତୁରେ କୋଣାର୍କକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ରବିବାର ଛୁଟିଦିନ ଥିବାରୁ ସୂର୍ଯ୍ୟମନ୍ଦିର ବୁଲିବାକୁ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ହୋଇଥିଲା। ଟିକେଟ ପାଇଁ କାଉଣ୍ଟର ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ପର୍ଯ୍ୟଟକମାନେ ଅପେକ୍ଷା କରି ରହିଥିଲେ। ତେବେ ବହୁ ପର୍ଯ୍ୟଟକଙ୍କୁ ପ୍ରବେଶ ଲାଗି ଟିକେଟ ମିଳି ନ ଥିଲା। ଏଥିଯୋଗୁ ସେମାନେ ନିରାଶ ହୋଇଥିଲେ। ସେହିପରି ଅନେକ ପର୍ଯ୍ୟଟକ ଅନଲାଇନ ଟିକେଟ କରିଥିଲେ ମଧ୍ୟ ମୁଖ୍ୟଦ୍ୱାର ବନ୍ଦ ହୋଇଯିବାରୁ ୨ଘଣ୍ଟା ଅପେକ୍ଷା କରି ନିରାଶରେ ଫେରିଯାଇଥିଲେ। ଦୀର୍ଘସମୟ ପର୍ଯ୍ୟନ୍ତ କୌଣସି ଅଧିକାରୀଙ୍କ ଦେଖା ମିଳି ନ ଥିଲା। ଫଳରେ ମୁଖ୍ୟଦ୍ୱାରରେ ପର୍ଯ୍ୟଟକମାନେ ହୋହାଲ୍ଲା କରି ଠେଲାପେଲା କରିଥିଲେ। ସୁରକ୍ଷାକର୍ମୀମାନଙ୍କ ଦ୍ୱାରା ସୂର୍ଯ୍ୟମନ୍ଦିର ମୁଖ୍ୟଦ୍ୱାର ଓ ପ୍ରବେଶ ପଥ ବନ୍ଦ କରିଦିଆଯିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ କୋଣାର୍କ ପୋଲିସ ଓ ଗଣମାଧ୍ୟମ ପ୍ରତିନିଧିମାନେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବା ପରେ ମୁଖ୍ୟ ପ୍ରବେଶ ପଥ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟଟକମାନେ ମାଗଣାରେ ସୂର୍ଯ୍ୟମନ୍ଦିର ପରିସରରେ ପ୍ରବେଶ କରିଥିଲେ। ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିଥିବାବେଳେ ଏଏସ୍‌ଆଇ ପାଖରେ ଆବଶ୍ୟକ ସଂଖ୍ୟକ ଟିକେଟ ଅଭାବ ଯୋଗୁ ଏଭଳି ଅବ୍ୟବସ୍ଥା ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ସର୍ଭର ଡାଉନ ଥିବାରୁ ଏଭଳି ସମସ୍ୟା ଦେଖାଦେଇଥିବା କର୍ମଚାରୀ କହିଛନ୍ତି। ପ୍ରତିଦିନ ପ୍ରାୟ ଦୁଇହଜାର ଟିକେଟ ବିକ୍ରି କରାଯାଇଥାଏ। ତେବେ ପର୍ଯ୍ୟଟନ ଋତୁ, ପର୍ବପର୍ବାଣି ଓ ଛୁଟିଦିନଗୁଡ଼ିକରେ ଅଧିକ ଗହଳି ହେଉଥିବାରୁ ଅଧିକ ଟିକେଟ ମହଜୁଦ ରଖାଯିବା କଥା। ମାତ୍ର ରବିବାର ସେଥିପ୍ରତି ଗୁରୁତ୍ୱ ଦିଆଯାଇ ନ ଥିଲା। ଏଏସ୍‌ଆଇର ଅପାରଗତା ଓ ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁ ପ୍ରତିବର୍ଷ ପର୍ଯ୍ୟଟନ ଋତୁରେ ଏଭଳି ସମସ୍ୟା ଉପୁଜୁଥିବା ଅଞ୍ଚଳବାସୀ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?