ଉଦଘାଟନ ଲାଗି ନିର୍ବାହୀ ଅଧିକାରୀଙ୍କୁ ଜଗିରହିଲେ ବିଧାୟିକା

ପୁରୁଷୋତ୍ତମପୁର,୧।୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗୁରବାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ ହୋଇଛି। ମାତ୍ର ଏହାକୁ ଉଦଘାଟନ କରିବାକୁ ଆସିଥିବା ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ଏକ ପ୍ରକାର ନିରାଶ ହୋଇଛନ୍ତି। ଗତ ୨୦୦୪ରେ କଲେଜ ଛକ ଠାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ ହୋଇଥିବା ବସ ଟର୍ମିନାଲର ନବକଳେବରକୁ ଉଦଘାଟନ ଲାଗି ବିଧାୟିକା ସୂର୍ଯ୍ୟମଣିଙ୍କ ସମେତ ଏନଏସି ଅଧକ୍ଷା ପ୍ରିୟଙ୍କା ଗୌଡ,ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କାଉନସିଲର ଅଶୋକ କୁମାର ମହାକୁଡ,ଏମପି ପ୍ରତିନିଧି ପ୍ରେମାନନ୍ଦ ସାହୁଙ୍କ ସମେତ କିଛି କାଉନସିଲର ଉଦଘାଟନ କରିବାକୁ ଆସିଥିବାବେଳେ ନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ରଙ୍କ ଦେଖାମିଳି ନ ଥିଲା। ଫଳରେ ନିର୍ବାହୀ ଅଧିକାରୀଙ୍କୁ ଜଗିଜଗି ବିଧାୟିକା ଅନ୍ୟକାମରେ ଚାଲିଯାଇଥିଲେ। ଏହାପରେ ପୁଣି ଫେରି ଦୀର୍ଘ ଅଧଘଣ୍ଟାଏରୁ ଉର୍ଦ୍ଧ ସମୟ ଧରି ନିର୍ବାହୀ ଅଧିକାରୀଙ୍କୁ ବିଧାୟିକା ଜଗିରହି ନିରାଶ ହୋଇ ଶେଷରେ ଉଦଘାଟନ କରିଥିଲେ। ଉଦ୍‌ଘାଟନ ପରେ ନିର୍ବାହୀ ଅଧିକାରୀ ଶେଷ ମୁହୂର୍ତ୍ତରେ ଉଦଘାଟନ ସ୍ଥଳକୁ ଆସିଥିଲେ ହେଁ ବିଧାୟିକାଙ୍କୁ ଏକପ୍ରକାର ନିରାଶ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri