ସୂର୍ଯ୍ୟବଂଶୀ ସୂରଜ ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୬: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୩ ଦିନ ପରେ ମୋହନ ମାଝି ସରକାରଙ୍କ ମନ୍ତ୍ରିପରିଷଦର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ ଯୁବ ନେତା ଭାବେ ଚର୍ଚ୍ଚାରେ ରହୁଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା ବିଭାଗ ମିଳିଛି। ଏଥିସହ କ୍ରୀଡ଼ା ଏବଂ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ ମଧ୍ୟ ତାଙ୍କୁ ମିଳିଛି।

ପ୍ରକାଶ ଯେ, ଇଞ୍ଜିନିୟରିଂରେ ଡିଗ୍ରୀ ଅର୍ଜନ କରିବା ପରେ ସେ ବିଦେଶରେ ଏକ କମ୍ପାନୀରେ କିଛି ମାସ କାମ କରିଥିଲେ। ପିତା ତଥା ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କୁ ନିର୍ବାଚନୀ କାର୍ଯ୍ୟରେ ସାହାଯ୍ୟ କରିବା ପାଇଁ ଚାକିରି ଛାଡ଼ି ଧାମନଗରରେ ପ୍ରଚାର କାର୍ଯ୍ୟରେ ସାମିଲ ହୋଇଥିଲେ। ଧାମନଗର ବିଧାୟକ ଥିବାବେଳେ ୨୦୨୨ ସେପ୍ଟେମ୍ବର ୧୯ରେ ବିଷ୍ଣୁଙ୍କ ପରଲୋକ ହୋଇଥିଲା। ୨୦୨୨ ନଭେମ୍ବର ୩ରେ ଧାମନଗର ଉପନିର୍ବାଚନରେ ଭାଜପାରୁ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କରାଯାଇଥିଲା। ଯୁବ ଚେହେରା ଓ ବାକ୍‌ଚାତୁରୀ ସାଙ୍ଗକୁ ଅନୁକମ୍ପାମୂଳକ ଭୋଟ ସାହାଯ୍ୟରେ ସେ ଉପନିର୍ବାଚନ ଜିତିଥିଲେ। ସବୁ ଉପନିର୍ବାଚନରେ ବିଜେଡି ବିଜୟଲାଭ କରୁଥିବା ବେଳେ ଏହି ବିଜୟଧାରାରେ ବ୍ରେକ୍‌ ଲଗାଇ ସେ ସାରା ଓଡ଼ିଶାର ଚର୍ଚ୍ଚିତ ଚେହେରା ପାଲଟିଥିଲେ। ମାତ୍ର ୧୫ ମାସର କାର୍ଯ୍ୟକାଳ ମଧ୍ୟରେ ଧାମନଗରବାସୀଙ୍କ ଲୋକପ୍ରିୟତା ହାସଲ କରି ୨୦୨୪ ନିର୍ବାଚନରେ ପୁନର୍ବାର ବିଜୟୀ ହୋଇଛନ୍ତି। ଏଥର ନିର୍ବାଚନରେ ବିଜେଡିର ଗଡ଼ ଥିବା ଭଦ୍ରକ ଓ ଧାମନଗର ଆସନରେ ଭାଜପାକୁ ସଫଳତା ମିଳିଥିବା ବେଳେ ସୂର୍ଯ୍ୟବଂଶୀଙ୍କୁ ମନ୍ତ୍ରୀ ପଦ ମିଳିବା ନେଇ ଭାଜପା କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଜଣେ ଇଞ୍ଜିନିୟରରୁ ଓଡ଼ିଶା ସରକାରର ମନ୍ତ୍ରୀ ହେବା ଧାମନଗର ପାଇଁ ଗୌରବର ବିଷୟ। ସେ ଅବିବାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri