Posted inଖେଳ

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଭାବେ ଶ୍ରେୟସ ଆୟାରଙ୍କ ଲାଗି ଏହା ପ୍ରଥମ ବିଜୟ।

ମ୍ୟାଚ୍‌ରେ ସୂର୍ଯ୍ୟବଂଶୀ ୧୫ ବର୍ଷ ଓ ୧୧୮ ଦିନ ବୟସରେ ସର୍ବକନିଷ୍ଠ ଖେଳାଳି ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ଅର୍ଦ୍ଧଶତକ ହାସଲ କରି ରେକର୍ଡ କରିଛନ୍ତି। ଏହି ରେକର୍ଡ ପୂର୍ବରୁ ଭାରତର ମହାନ କିମ୍ବଦନ୍ତୀ ସଚିନ ତେନ୍ଦୁଲକର(୧୬ ବର୍ଷ ଓ ୨୧୩ ଦିନ)ଙ୍କ ନାମରେ ଥିଲା।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ଆରମ୍ଭରୁ ଭାରତୀୟ ବୋଲରଙ୍କ ସମ୍ମୁଖରେ ସଂଘର୍ଷ କରିଥିଲା। ଏପରି କି ଦଳ ୧୩.୧ ଓଭର ସୁଦ୍ଧା ୫ ଉଇକେଟ ହରାଇ ୬୪ ରନ କରିଥିଲା। ଏହାପରେ ଓ୍ବେସଲି ମାଧେଭେରେ (୩୯ ରନ, ୩ ଚୌକା ଓ ୨ ଛକା) ଓ ତାଦିଓ୍ବାନଶି ମାରୁମାନି (୨୭ ରନ, ୨ ଚୌକା ଓ ୧ ଛକା) ଷଷ୍ଠ ଉଇକେଟରେ ୫୮ ରନ ଯୋଡ଼ିଥିଲେ। ଫଳରେ ଜିମ୍ବାଓ୍ବେ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୨୫ ରନ କରିଥିଲା।

ଭାରତ ପକ୍ଷରୁ ମୟଙ୍କ ଯାଦବ ଓ ପ୍ରିନ୍ସ ଯାଦବ ୨ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଭାରତ ଆରମ୍ଭରୁ ଅଭିଷେକ ଶର୍ମା (୧)ଙ୍କ ଉଇକେଟ ହରାଇଥିବା ବେଳେ ସୂର୍ଯ୍ୟବଂଶୀ ଦଳକୁ ବିସ୍ଫୋରକ ଆରମ୍ଭ ପ୍ରଦାନ କରିଥିଲେ। ସେ ୧୮ ବଲରେ ୪ ଲେଖାଏ ଚୌକା ଓ ଛକା ସହ ଅର୍ଦ୍ଧଶତକ ପୂରଣ କରିବା ପରେ ପାଭିଲିଅନ ଫେରିଥିଲେ। ଏହାପରେ ଇଶାନ କିଶନଙ୍କ ସହ ଅଧିନାୟକ ଶ୍ରେୟସ ଆୟାର ତୃତୀୟ ଉଇକେଟରେ ୪୬ ରନ ଯୋଡ଼ି ଦଳର ବିଜୟ ନିଶ୍ଚିତ କରିଥିଲେ। ଭାରତ ୧୩.୨ ଓଭରରେ ୩ ଉଇକେଟ ହରାଇ ୧୨୬ ରନ କରି ମ୍ୟାଚ୍‌ ବିଜୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?