Posted inଜାତୀୟ

ଚାଷୀଙ୍କ ସପକ୍ଷରେ ସୁସାନ

ନୂଆଦିଲ୍ଲୀ, ୭।୨: ଭାରତରେ ଚାଷୀ ଆନ୍ଦୋଳନକୁ ହଲିଉଡ୍‌ର ବର୍ଷୀୟାନ ଅଭିନେତ୍ରୀ ସୁସାନ ସରାଣ୍ଡନ୍‌ ସମର୍ଥନ ଜଣାଇଛନ୍ତି। ପପ୍‌ ଷ୍ଟାର ରିହାନାଙ୍କ ଟୁଇଟ୍‌କୁ ଦେଇ ବିବାଦ ଦେଖାଦେବା ପରେ ହଲିଉଡ୍‌ର ଏହି ୭୪ ବର୍ଷୀୟା ସେଲିବ୍ରିଟି କୃଷକମାନଙ୍କ ସମର୍ଥନରେ ବାହାରିଛନ୍ତି। ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ଖବରର ଶିରୋନାମା ‘ହ୍ବାଇ ଆର୍‌ ଫାର୍ମର୍ସ ପ୍ରୋଟେଷ୍ଟିଂ ଇନ୍‌ ଇଣ୍ଡିଆ?’କୁ ସେ ଟୁଇଟର୍‌ରେ ଶେୟାର କରିଛନ୍ତି।
ରିହାନାଙ୍କ ପୋଷ୍ଟ ପରେ ଚାଷୀ ଆନ୍ଦୋଳନକୁ ଅନ୍ତର୍ଜାତୀୟ ସ୍ତରରୁ ସମର୍ଥନ ମିଳିବାରେ ଲାଗିଛି। ଏହା ପୂର୍ବରୁ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗ, ଆମେରିକାର ଆଇନଜୀବୀ ତଥା ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଝିଆରୀ ମୀନା ହାରିସ୍‌, ଅମଣ୍ଡା କେର୍ନି, ଗାୟିକା ଜୟ ସିଆନ୍‌, ଡ. ଜିଉସ୍‌ ଏବଂ ମିଆ ଖଲିଫା ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ସାରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ କେନ୍ଦ୍ରର କୃଷି ଆଇନ ପ୍ରତ୍ୟାହାର ଦାବିରେ ୨ ମାସରୁ ଅଧିକ ସମୟ ଧରି କୃଷକ ଆନ୍ଦୋଳନ ଚାଲିଛି। କୃଷକଙ୍କ ଆନ୍ଦୋଳନସ୍ଥଳକୁ ଦିଲ୍ଲୀ ପୋଲିସ କଣ୍ଟାର ତାରବାଡ଼ ଦେଇ ସିମେଣ୍ଟ କଂକ୍ରିଟ୍‌ରେ ଆବଦ୍ଧ କରିବା ଚିତ୍ର ଅନ୍ତର୍ଜାତୀୟ ସମୁଦାୟର ଦୃଷ୍ଟି ଆକର୍ଷଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri