ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଶୁକ୍ରବାର ଗିରଫକରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ କଙ୍କୋରଡ଼ା ଗ୍ରାମର ବୁଲୁ ପରିଡ଼ା। ତାଙ୍କ ନିକଟରୁ ଛୁରି ଜବତ କରାଯାଇଛି।
ଥାନାମାମଲା ନଂ.୫୮/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଗୁରୁବାର ସକାଳ ପ୍ରାୟ ୯ ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଲୁ ଗ୍ରାମର ଟୁଲୁ ପ୍ରଧାନଙ୍କୁ ଛୁରି ଭୁଷି ହତ୍ୟା ଉଦ୍ୟମ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଟୁଲୁଙ୍କୁ ଉଦ୍ଧାର କରି ପରିବାର ଲୋକେ ନିକଟସ୍ଥ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସାପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଚିକିତ୍ସାଧୀନ ଥିବା ଜଣାପଡିଛି। ଏ ନେଇଟୁଲୁଙ୍କ ସ୍ତ୍ରୀ ମନସା ପ୍ରଧାନ ପାଟପୁର ଥାନାରେ ଏତଲା ଦେବାପରେ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ।
Dharitri – Odisha’s No.1 Odia Daily

Share
Tags: odisha