ସୁଶାନ୍ତ ମହାପାତ୍ର ହେଲେ ବରଗଡ଼ ଜିଲା ବିଜେଡି ସଭାପତି

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବରଗଡ଼ର ଯୁବ ସଂଗଠକ ତଥା ବର୍ତ୍ତମାନର ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର (ଜାପାନ )ଙ୍କ ନାମ ବରଗଡ଼ ଜିଲା ବିଜେଡି ସଭାପତିଭାବେ ଘୋଷଣା କରିଛନ୍ତି। ମହାପାତ୍ରଙ୍କ ନାମ ଘୋଷଣା ହେବା ପରେ ବିଜେଡି ବିଧାୟକ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ରୀତା ସାହୁ, ସୁଶାନ୍ତ ସିଂ, ବରଗଡ଼ର ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ,ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ପୌରାଧ୍ୟକ୍ଷା କଳ୍ପନା ମାଝୀଙ୍କ ସମେତ ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ର, ବରଗଡ଼ ବ୍ଲକ ସଭାପତି ପ୍ରଫୁଲ୍ଲ କୁମାର ନାଏକ ଓ ବିଜେଡି ଦଳର ବିଭିନ୍ନ ସଙ୍ଗଠନର ନେତୃ ମଣ୍ଡଳୀ ତାଙ୍କୁ ଶୁଭେଛା ଓ ଅଭିନନ୍ଦନ ଜଣାଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୁଶାନ୍ତଙ୍କ ଉପରେ ଦୃଢ଼ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ବରଗଡ଼ ଜିଲାର ସାଂଗଠନିକ ଦାୟିତ୍ୱ ପ୍ରଦାନ କରିଥିବାରୁ ଆଗାମୀ ଦିନରେ ବରଗଡ଼ ଜିଲାରେ ବିଜେଡି ଆହୁରି ସୁଦୃଢ଼ ଓ ଶକ୍ତିଶାଳୀ ହେବ ବୋଲି ପୂର୍ବତନ ବିଧାୟକ ଯୁବ ନେତା ଦେବେଶ ଆଚାର୍ଯ୍ୟ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri