ସୁଶାନ୍ତ ସିଂ ରାଜପୁତ, ବିକାଶ ଦୁବେଙ୍କ ଉପରେ ନିର୍ମାଣ କରାଯାଉଥିବା ଫିଲ୍ମର ନାଁ ରେଜିଷ୍ଟ୍ରେଶନ ଆରମ୍ଭ

ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁ୍‌ତ ମୃତ୍ୟୁ ମାମଲାର ଯାଞ୍ଚ ଏବେ ୩ଟି ଏଜେନ୍ସି କରୁଛନ୍ତି । ଆଉ ଏହି ମାମଲାରେ ତାଙ୍କର ବାନ୍ଧବି କୁହାଯାଉଥିବା ରିଆ ଚକ୍ରବର୍ତ୍ତିଙ୍କ ସମେତ କେତେଜଣ ଗିରଫ ମଧ୍ୟ ହୋଇ ସାରିଲେଣି । ଏହାକୁ ନେଇ ଦିନକୁ ଦିନ ନୂଆ ନୂଆ ତଥ୍ୟ ବି ସାମ୍ନାକୁ ଆସୁଛି । ଆଉ ଏବେ ଏହି କାହାଣୀ ଫିଲ୍ମ ନିର୍ମାତାଙ୍କ ପାଇଁ ବେଶ୍ ଖୋରାକ ଯୋଗାଉଛି । ଏହାକୁ ନେଇ ଏବେ ଫିଲ୍ମ ନିର୍ମାଣ କରାଯିବାକୁ ଚିନ୍ତା କରାଗଲାଣି । ଏହା ପୂର୍ବରୁ ମଧ୍ୟ ବଲିଉଡ୍‌ର କିଛି ହାଇ ପ୍ରୋଫାଇଲ ମାମଲାକୁ ନେଇ ଫିଲ୍ମ ନିର୍ମାଣ କରାଯାଇଥିବା ଦେଖାଯାଇଛି । ଆଉ ମର୍ଡର ମିଷ୍ଟ୍ରିକୁ ନେଇ ନିର୍ମାତା କରିବା କଥା କେବେ ବି ଭୁଲ୍‌ତି ନାହିଁ ମେକର୍ସ । ଏହାସହ ସ୍କ୍ରିପ୍ଟରେ ରୋଚକ ତଥ୍ୟ ଦେବାକୁ ମଧ୍ୟ ଭୁଲନ୍ତି ନାହିଁ । ଏବେ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ଓ ଉତ୍ତରପ୍ରଦେଶ ପୋଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଥିବା କୁଖ୍ୟାତ ଅପରାଧୀ ବିକାଶ ଦୁବେଙ୍କ ଉପରେ ଫିଲ୍ମ ନିର୍ମାଣ କରିବାକୁ ଆଗ୍ରହ ପ୍ରକାଶ କରାଯାଉଥିବା ଦେଖାଯାଇଛି । ସମ୍ବାଦ ସରୋବରାହ ସଂସ୍ଥା ଆଇଏଏନ୍‌ଏସ୍‌ର ସୂଚନା ଅନୁଯାୟୀ, ଯଦିଓ ସୁଶାନ୍ତଙ୍କ ମୃତ୍ୟୁ ମାମଲାର ଯାଞ୍ଚ ଚାଲିଛି ତଥାପି ମେକର୍ସ ଏହି ଦୁଇଟି ଘଟଣାକୁ ନେଇ ଫିଲ୍ମ ନିର୍ମାଣ କରିବେ ବୋଲି ଟାଇଟଲ ରେଜିଷ୍ଟର କରିବା ଆରମ୍ଭ କରିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?