ରାଗିଗଲେ ରିୟା: କହିଲେ, ଦୟାକରି ମୋ ପିଛା କରନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସନ୍ଦେହଜନକ ଆତ୍ମହତ୍ୟା ପରେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ବେଶ୍‌ ଚର୍ଚ୍ଚାରେ ଥିଲେ। ସୁଶାନ୍ତଙ୍କ ପରିବାର ଦ୍ୱାରା ଦାଖଲ ହୋଇଥିବା ମାମଲାରେ ତାଙ୍କ ନାମ ଏବଂ ଡ୍ରଗ ମାମଲା ସାମ୍ନାକୁ ଆସିବା ପରେ ରିୟାଙ୍କୁ ଜେଲ୍‌ ମଧ୍ୟ ହୋଇଥିଲା। ଜାମିନ ପାଇଁ ରିୟା ଜେଲ୍‌ରୁ ମୁକୁଳିବା ପରେ ଏବେ ସାଧାରଣ ଜୀବନ ବିତାଉଛନ୍ତି ସେ। ସୁଶାନ୍ତଙ୍କ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ରିୟା ମୁମ୍ବାଇ ରାସ୍ତାରେ ଫୁଲ କିଣୁଥିବାର ନଜର ଆସିଛନ୍ତି। ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଅନୁମାନ କରୁଛନ୍ତି ଯେ ରିୟା ହୁଏତ ସୁଶାନ୍ତଙ୍କ ପାଇଁ ଏହି ଫୁଲ କିଣିଛନ୍ତି। ପ୍ରସିଦ୍ଧ ଫଟୋଗ୍ରାଫର ଭାଇରାଲ ଭାୟାନୀ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ଏହି ଭିଡିଓ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି, ଯାହା ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ରିୟା ତାଙ୍କ କାରରୁ ଓହ୍ଲାଇ ବାନ୍ଦ୍ରା ରାସ୍ତାରେ ଫୁଲ କିଣିଥିବାର ନଜର ଆସିଛନ୍ତି। ସେମାନଙ୍କ ଚାରିପାଖରେ ଫଟୋଗ୍ରାଫରଙ୍କୁ ଦେଖାଯାଇଛି। ଏହି ସମୟ ମଧ୍ୟରେ ରିୟା ଫଟୋଗ୍ରାଫରଙ୍କୁ ଫଟୋ-ଭିଡିଓ କ୍ଲିକ କରିବାକୁ ବାରଣ କରିଥିଲେ। ସେ ଦୃଢ ସ୍ବରରେ କହିଥିଲେ,ମୋ ପିଛା କରିବା ଛାଡନ୍ତୁ। ସୁଶାନ୍ତଙ୍କ ମୃତ୍ୟୁର ଏକ ମାସ ପରେ ତାଙ୍କ ପରିବାର ରିୟାଙ୍କ ଉପରେ ଟଙ୍କା ହେରଫେର ତଥା ସୁଶାନ୍ତଙ୍କୁ ଡ୍ରଗ ଦେବା ଭଳି ଗୁରୁତର ଅଭିଯୋଗ କରିଥିଲେ। ଏହା ପରେ ତାଙ୍କ ବିରୋଧରେ ଇଡି, ଏନସିବି ଏବଂ ସିବିଆଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଡ୍ରଗ୍ସ ମାମଲାରେ ରିୟାଙ୍କୁ ଗିରଫ କରାଯାଇଥିଲା ଏବଂ ଏକ ମାସ ଜେଲରେ ରହିବା ପରେ କୋର୍ଟ ତାଙ୍କୁ ଜାମିନରେ ଛାଡିଥିଲେ।

 

View this post on Instagram

 

A post shared by Viral Bhayani (@viralbhayani)


Enter your email to get our daily news in your inbox.

All Right Reserved By Dharitri.Com

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?