ରାଗିଗଲେ ରିୟା: କହିଲେ, ଦୟାକରି ମୋ ପିଛା କରନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସନ୍ଦେହଜନକ ଆତ୍ମହତ୍ୟା ପରେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ବେଶ୍‌ ଚର୍ଚ୍ଚାରେ ଥିଲେ। ସୁଶାନ୍ତଙ୍କ ପରିବାର ଦ୍ୱାରା ଦାଖଲ ହୋଇଥିବା ମାମଲାରେ ତାଙ୍କ ନାମ ଏବଂ ଡ୍ରଗ ମାମଲା ସାମ୍ନାକୁ ଆସିବା ପରେ ରିୟାଙ୍କୁ ଜେଲ୍‌ ମଧ୍ୟ ହୋଇଥିଲା। ଜାମିନ ପାଇଁ ରିୟା ଜେଲ୍‌ରୁ ମୁକୁଳିବା ପରେ ଏବେ ସାଧାରଣ ଜୀବନ ବିତାଉଛନ୍ତି ସେ। ସୁଶାନ୍ତଙ୍କ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ରିୟା ମୁମ୍ବାଇ ରାସ୍ତାରେ ଫୁଲ କିଣୁଥିବାର ନଜର ଆସିଛନ୍ତି। ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଅନୁମାନ କରୁଛନ୍ତି ଯେ ରିୟା ହୁଏତ ସୁଶାନ୍ତଙ୍କ ପାଇଁ ଏହି ଫୁଲ କିଣିଛନ୍ତି। ପ୍ରସିଦ୍ଧ ଫଟୋଗ୍ରାଫର ଭାଇରାଲ ଭାୟାନୀ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ଏହି ଭିଡିଓ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି, ଯାହା ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ରିୟା ତାଙ୍କ କାରରୁ ଓହ୍ଲାଇ ବାନ୍ଦ୍ରା ରାସ୍ତାରେ ଫୁଲ କିଣିଥିବାର ନଜର ଆସିଛନ୍ତି। ସେମାନଙ୍କ ଚାରିପାଖରେ ଫଟୋଗ୍ରାଫରଙ୍କୁ ଦେଖାଯାଇଛି। ଏହି ସମୟ ମଧ୍ୟରେ ରିୟା ଫଟୋଗ୍ରାଫରଙ୍କୁ ଫଟୋ-ଭିଡିଓ କ୍ଲିକ କରିବାକୁ ବାରଣ କରିଥିଲେ। ସେ ଦୃଢ ସ୍ବରରେ କହିଥିଲେ,ମୋ ପିଛା କରିବା ଛାଡନ୍ତୁ। ସୁଶାନ୍ତଙ୍କ ମୃତ୍ୟୁର ଏକ ମାସ ପରେ ତାଙ୍କ ପରିବାର ରିୟାଙ୍କ ଉପରେ ଟଙ୍କା ହେରଫେର ତଥା ସୁଶାନ୍ତଙ୍କୁ ଡ୍ରଗ ଦେବା ଭଳି ଗୁରୁତର ଅଭିଯୋଗ କରିଥିଲେ। ଏହା ପରେ ତାଙ୍କ ବିରୋଧରେ ଇଡି, ଏନସିବି ଏବଂ ସିବିଆଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଡ୍ରଗ୍ସ ମାମଲାରେ ରିୟାଙ୍କୁ ଗିରଫ କରାଯାଇଥିଲା ଏବଂ ଏକ ମାସ ଜେଲରେ ରହିବା ପରେ କୋର୍ଟ ତାଙ୍କୁ ଜାମିନରେ ଛାଡିଥିଲେ।

 

View this post on Instagram

 

A post shared by Viral Bhayani (@viralbhayani)


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri