ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ଏହି କାରଣରୁ ଘର ସାମ୍ନାରେ ଠିଆ ହୋଇଥିଲା ଦୁଇଟି ଆମ୍ବୁଲାନ୍ସ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ବର୍ତ୍ତମାନ ରାଷ୍ଟ୍ରୀୟ ପ୍ରସଙ୍ଗ ହୋଇସାରିଛି। ଯାହାର ସତ୍ୟତା ଜାଣିବା ପାଇଁ ସମସ୍ତେ ଚାହିଁ ବସିଛନ୍ତି। ଏହି ଘଟଣାରେ ପ୍ରତିଦିନ କିଛି ନା କିଛି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ମୃତ୍ୟୁ ଗତ ଜୁନ୍‌ ୧୪ରେ ହୋଇଥିଲା। ଏହି ଦିନ ତାଙ୍କ ବିଲ୍ଡିଂ ତଳେ ୨ଟି ଆମ୍ବୁଲାନ୍ସ ରହିଥିଲା। ଯାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ଏବେ ଏହି ତଥ୍ୟ ପଦାକୁ ଆସିଛି।
ପ୍ରଥମ ଆମ୍ବୁଲାନ୍ସ ଚାଳକ ଏକ ସାକ୍ଷାତକାରରେ କହିଛନ୍ତି, ଜୁନ୍‌ ୧୪ରେ ସୁଶାନ୍ତଙ୍କ ବିଲ୍ଡିଂ ତଳେ ଦୁଇଟି ଆମ୍ବୁଲାନ୍ସ ରହିଥିଲା। ଯାହାକୁ ନେଇ ସୋସିଆଲ ମିଡିଆରେ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ବର୍ତ୍ତମାନ ଆମ୍ବୁଲାନ୍ସ ଚାଳକ ସାହିଲ ଏହି କଥା ସ୍ପଷ୍ଟ କରିଛନ୍ତି।
ସେ କହିଛନ୍ତି, ପ୍ରଥମ ଆମ୍ବୁଲାନ୍ସ ଖରାପ ଥିଲା। ତେଣୁ ଦ୍ୱିତୀୟ ଆମ୍ବୁଲାନ୍ସ ଡକାଯାଇଥିଲା। ଏଥିସହିତ ଦ୍ୱିତୀୟ ଆମ୍ବୁଲାନ୍ସ ଚାଳକ ଅକ୍ଷୟଙ୍କୁ ମୁମ୍ବାଇ ପୋଲିସ ଫୋନ୍‌ରେ କହିଥିଲା ପ୍ରଥମ ଆମ୍ବୁଲାନ୍ସର ଯାନ୍ତ୍ରିକ ତ୍ରୁଟି ରହିଛି। ତୁମେ ଏଠାକୁ ଆସ।
ଏହା ବ୍ୟତୀତ ଅକ୍ଷୟ ଲିକ୍‌ ହୋଇଥିବା ଫୋନ୍‌ କଲ ରେକର୍ଡରେ ତାଙ୍କ ନାମ ଉପରେ ସ୍ପଷ୍ଟୀକରଣ ମଧ୍ୟ ଦେଇଛନ୍ତି। ସେ କହିଛନ୍ତି, ମୁମ୍ବାଇ ପୋଲିସ ତାଙ୍କୁ ଫିଲ୍ମ ନିର୍ମାତା ସନ୍ଦୀପ ସିଂଙ୍କୁ ଡାକିବାକୁ କହିଥିଲା। ପୋଲିସ କହିଥିଲା ସନ୍ଦୀପ ଆମ୍ବୁଲାନ୍ସ ସନ୍ଦୀପ ଦେବେ ତାଙ୍କ ସହ ଯୋଗାଯୋଗ କରନ୍ତୁ।
ସୂଚନାଯୋଗ୍ୟ, ସୁଶାନ୍ତଙ୍କ ପିତା କେ.କେ. ସିଂ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ଏଫ୍‌ଆଇଆର ଦାଖଲ କରିଛନ୍ତି। ଏଥିରେ ସେ ଦର୍ଶାଇଛନ୍ତି ସୁଶାନ୍ତଙ୍କ ଟଙ୍କାକୁ ରିୟା ଅପବ୍ୟବହାର କରି ଆତ୍ମହତ୍ୟା ପାଇଁ ବାଧ୍ୟ କରିଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ସିବିଆଇ, ଇଡି ଏବଂ ଏନ୍‌ସିବି ବିଭିନ୍ନ ଦିଗରୁ ଭିନ୍ନ ଭିନ୍ନ ଅନୁସନ୍ଧାନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri