ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ସୁପ୍ରିମକୋର୍ଟ ଗଲା ସିବିଆଇ

ନୂଆଦିଲ୍ଲୀ, ୭।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ମୃତ୍ୟୁ ପରେ ରିୟା ବହୁବାର ବାନ୍ଦ୍ରା ଡିସିପିଙ୍କ ସହ ଯୋଗାଯୋଗରେ ଥିଲେ ଏବଂ ସେ ଅନେକ ଥର ଡିସିପିଙ୍କୁ କଲ ମଧ୍ୟ କରିଥିବା ରିୟାଙ୍କ କଲ ଡିଟେଲ୍ସରୁ ଜଣାପଡିଛି। ଅପରପକ୍ଷେ ବିହାର ପୋଲିସ ପରାମର୍ଶକ୍ରମେ ସିବିଆଇ ଏହି ମାମଲାରେ ୬ ଜଣଙ୍କ ନାଁରେ ମାମଲା ରୁଜୁ କରିଛି। ସେପଟେ ମହାରାଷ୍ଟ୍ର ସରକାର ସିବିଆଇ ତଦନ୍ତକୁ ବିରୋଧ କରୁଥିବାରୁ ସିବିଆଇ କାହାରିକୁ ଜେରା କରିପାରୁନାହିଁ। ଏ ନେଇ ଶୁକ୍ରବାର ସିବିଆଇ ସୁପ୍ରିମକୋର୍ଟଙ୍କ ନିକଟରେ ଦ୍ୱାରସ୍ଥ ହୋଇଛି। ସିବିଆଇ ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ଗୋଟିଏ ପକ୍ଷ ହେବା ପାଇଁ ଆବେଦନ କରିଛି। ସେହିପରି ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ବିହାରରେ ରୁଜୁ ହୋଇଥିବା ମାମଲାକୁ ମୁମ୍ବାଇ ବଦଳି କରି ଆଣିବାକୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଅଗଷ୍ଟ ୫ରେ କେନ୍ଦ୍ର ସରକାର ବିହାର ସରକାରଙ୍କ ପରାମର୍ଶକ୍ରମେ ସୁଶାନ୍ତଙ୍କ ମୃତ୍ୟୁର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରାଯାଇଥିଲା। ଏହାପରେ Department of Personnel and Training ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରି ସିବିଆଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?