ହାଇକୋର୍ଟ ଗଲେ ରକୁଲ

ନୂଆଦିଲ୍ଲୀ, ୧୭ ।୯: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଡ୍ରଗ୍ସ ମାମଲା ଯୋଡି ହୋଇଯିବା ପରେ ଏବେ କେତେଜଣ ସେଲିବ୍ରିଟି ଏହା ମଧ୍ୟକୁ ଚାଲି ଆସିଛନ୍ତି । ନାର୍କୋଟିକ୍ସ କ୍ରାଇମ ବ୍ୟୁରୋ(ଏନ୍‌ସିବି) ଦ୍ୱାରା ଗିରଫ ହେବା ପରେ ସୁଶାନ୍ତ ସିଂ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିଆ ଚକ୍ରବର୍ତ୍ତି ଆଉ କେତେଜଣ ବଲିଉଡ୍ ସେଲିବ୍ରିଟିଙ୍କ ନାଁ କହିଛନ୍ତି । ଏହି ଡ୍ରଗ୍ସ ମାମଲାରେ ରକୁଲ ପ୍ରିତ ସିଂଙ୍କ ନାମ ମଧ୍ୟ ଆସିଛି । ଏହାପରେ ରକୁଲ ଗୁରୁବାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଏହାସହ ତାଭ୍‌କୁ ନେଇ ଗଣମାଧ୍ୟମର କଭରେଜ ଉପରେ ରୋକ ଲଗାଇବାକୁ ରକୁଲ କୋର୍ଟରେ ଅପିଲ କରିଥିବା ସୂଚନା ରହିଛି । ସେ କହିଛନ୍ତି ଗଣମାଧ୍ୟମରେ ତାଙ୍କୁ ନେଇ ଯେଉଁ ଖବର ପ୍ରଚାର ପ୍ରସାର କରାଯାଉଛି ଏଥିରେ ତାଙ୍କ ଇମେଜ ନଷ୍ଟ କରିବାକୁ ଚେଷ୍ଟା କରାଯାଉଛି । ରକୁଲ କହିଛନ୍ତି ରିଆ ଚର୍କବର୍ତ୍ତି ଡ୍ରଗ୍ସ ମାମଲାରେ ତାଙ୍କ ନାଁ ଓ ସାରା ଅଲି ଖାଁଙ୍କ ନାଁ ନେବା କଥା ସେ ଶୁଟିଂରେ ଥିବା ବେଳେ ଜାଣିପାରିଥିଲେ । ଆଉ ଏହାପରେ ଗଣମାଧ୍ୟମରେ ତାଙ୍କ ସମ୍ପର୍କରେ ବିଭିନ୍ନ ପ୍ରକାର ଭୁଲ୍ ଖବର ପରିବେଷଣ କରାଯାଉଛି । ତେଣୁ ଏହା ଉପରେ ରୋକ ଲାଗାଇବାକୁ କୋର୍ଟ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ସେ ଅପିଲ କରିଛନ୍ତି । ରକୁଲଙ୍କ ଓକିଲ ମଧ୍ୟ କହିଛନ୍ତି ଗଣମାଧ୍ୟମ ରକୁଲଙ୍କୁ ହତୋତ୍ସାହିତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?