ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?

ନୂଆଦିଲ୍ଲୀ, ୨୩।୩: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବିଭିନ୍ନ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ହାଇପ୍ରୋଫାଇଲ ମାମଲାକୁ ନେଇ ଶନିବାର ସିବିଆଇ ନିଜର କ୍ଲୋଜର ରିପୋର୍ଟ ମୁମ୍ବାଇସ୍ଥିତ ଏକ ଅଦାଲତରେ ଦାଖଲ କରିଛି। ଆତ୍ମହତ୍ୟା ପାଇଁ ସୁଶାନ୍ତଙ୍କ ଉପରେ କୌଣସି ଚାପ ପ୍ରୟୋଗ କରାଯାଇ ନାହିଁ ବୋଲି ଏହି ରିପୋର୍ଟରେ କୁହାଯାଇଛି।

୨୦୨୦ ଜୁନ୍‌ ୧୪ରେ ସୁଶାନ୍ତ ନିଜ ମୁମ୍ବାଇର ବାନ୍ଦ୍ରାସ୍ଥିତ ଫ୍ଲାଟ୍‌ରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ସେତେବେଳେ ସୁଶାନ୍ତଙ୍କ ଆତ୍ମହତ୍ୟାକୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ସୁଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ବାପା କେ.କେ. ସିଂ ପାଟନାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ରିୟା ସୁଶାନ୍ତଙ୍କୁ ଆତ୍ମହତ୍ୟା ପାଇଁ ଉସ୍‌କାଇଥିବା ସହ ତାଙ୍କୁ ମାନସିକ ନିର୍ଯାତନା ଦେଇଥିବା ନେଇ ସେ କହିଥିଲେ। କେ.କେ. ସିଂଙ୍କ ଅଭିଯୋଗ ଆଧାରରେ ପାଟନା ପୋଲିସ ରିୟାଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ତେବେ ଏହାର ଜବାବରେ ରିୟା ମଧ୍ୟ ମୁମ୍ବାଇରେ ଏକ କାଉଣ୍ଟର ଅଭିଯୋଗ କରିଥିଲେ, ଯେଉଁଥିରେ ସେ ସୁଶାନ୍ତଙ୍କ ଭଉଣୀଙ୍କ ଉପରେ ନକଲି ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ ନେଇଥିବାର ଅଭିଯୋଗ କରିଥିଲେ। ୨୦୨୦ ଅଗଷ୍ଟରେ ସିବିଆଇ ଏହି ମାମଲାର ତଦନ୍ତ ଭାର ନିଜ ହାତକୁ ନେଇଥିଲା। ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ମାମଲାର ତଦନ୍ତ କରିବା ପରେ ଶନିବାର ସିବିଆଇ ପକ୍ଷରୁ ଉଭୟ ମାମଲାର କ୍ଲୋଜର ରିପୋର୍ଟ ଦାଖଲ କରାଯାଇଛି। ଉକ୍ତ ରିପୋର୍ଟରେ ରିୟା ଏବଂ ତାଙ୍କ ପରିବାରକୁ କ୍ଲିନ୍‌ଚିଟ୍‌ ଦିଆଯାଇଛି। ତଦନ୍ତ ବେଳେ ସିବିଆଇ ରିୟାଙ୍କୁ ମିଶାଇ ୨୦ରୁ ଅଧିକ ଜଣଙ୍କୁ ପଚରାଉଚରା କରିଥିଲା।

ସିବିଆଇ କ୍ଲୋଜର ରିପୋର୍ଟରେ କ’ଣ ଅଛି?
-ସୁଶାନ୍ତଙ୍କୁ ହତ୍ୟା କରାଯାଇଥିବାର କୌଣସି ପ୍ରମାଣ ମିଳିନାହିଁ
-ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା କରିଥିଲେ
-ରିୟା ଏବଂ ତାଙ୍କ ପରିବାରକୁ କ୍ଲିନ ଚିଟ୍‌
-ସୁଶାନ୍ତ ଜୁନ୍‌ ୨୦୨୦ରେ ଆତ୍ମହତ୍ୟା କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?