ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଟାର୍ଗେଟରେ ଏକତା କପୁର: ପ୍ରତିକ୍ରିୟା ରଖିଲେ ମିକା ସିଂ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଅନେକ ବଲିଉଡ ଅଭିନେତା ଏବଂ ଚଳଚ୍ଚିତ୍ର ନିର୍ମାତାଙ୍କୁ ଟାର୍ଗେଟ କରାଯାଉଛି। ସୁଶାନ୍ତଙ୍କ ପ୍ରଶଂସକ ତଥା ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଅଭିଯୋଗ କରିଛନ୍ତି ଯେ, ବଲିଉଡରେ ନେପୋଟିଜିମ ଏବଂ ଦଳଗତତା ସୁଶାନ୍ତଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଛି। ଏଥିମଧ୍ୟରେ ଏକତା କପୁରଙ୍କ ନାମ ଅନ୍ତର୍ଭୁକ୍ତ।

ଏକତା କପୁର, କରଣ ଜୋହର, ସଞ୍ଜୟ ଲୀଲା ବନସାଲି, ସଲମାନ ଖାନ ସୁଶାନ୍ତ ସିଂ ରାଜପୁତଙ୍କୁ ବ୍ୟାନ୍‌ କରିଛନ୍ତି। ଏ ନେଇ ସୁଶାନ୍ତଙ୍କ ଅନେକ ଚଳଚ୍ଚିତ୍ର ହାତଛଡା ହୋଇଥିଲା, ଯାହାଫଳରେ ସେ ଡିପ୍ରେଶନରେ ଥିଲେ ବୋଲି ଅଭିଯୋଗ ହୋଇଛି। ନିକଟରେ ଏକତା କପୁର ଏହି ରିପୋର୍ଟଗୁଡ଼ିକୁ ବାଜେ ବୋଲି କହିଛନ୍ତି। ବର୍ତ୍ତମାନ ଗାୟକ ମିକା ସିଂ ଏକତାକୁ ସମର୍ଥନ କରିଛନ୍ତି।

ଇନଷ୍ଟାଗ୍ରାମରେ ଲାଇଭ ଚାଟ୍‌ ସମୟରେ ମିକା କହିଛନ୍ତି ଯେ, ଲୋକମାନେ ବହୁତ ଶୀଘ୍ର ଭୁଲିଯାଆନ୍ତି। ଯେଉଁମାନେ ସୁଯୋଗ ଦେଇଛନ୍ତି ସେମାନଙ୍କ ଟାର୍ଗେଟକୁ ନେଇଥାନ୍ତି। ମୀକା ଆହୁରି ମଧ୍ୟ କହିଛନ୍ତି ଯେ, ଏକତା କପୁର ଇଣ୍ଡଷ୍ଟ୍ରିର ଅନେକ ଲୋକଙ୍କୁ ସୁଯୋଗ ଦେଇଛନ୍ତି।

ସୁଶାନ୍ତ ଏତେ ଉଚ୍ଚ, ସୁନ୍ଦର, ଦକ୍ଷ କଳାକାର ଥିଲେ। ସେ କାହାର ବିନା ସମର୍ଥନରେ ଇଣ୍ଡଷ୍ଟ୍ରିରେ ପ୍ରବେଶ କରିଥଲେ। ଏକତା କପୁର ତାଙ୍କୁ ପ୍ରଥମ ସୁଯୋଗ ଦେଇଥିଲେ। ଏକତା କପୁର ଅନେକ ଯୁବପିଢ଼ୀଙ୍କୁ ସମର୍ଥନ କରିଛନ୍ତି ଏବଂ ସେମାନଙ୍କୁ ଏକ ସୁଯୋଗ ଦେଇଛନ୍ତି। ସମସ୍ୟା ହେଉଛି କି ଏଠାରେ ସୁଯୋଗ ଦେଇଥିବା ବ୍ୟକ୍ତିଙ୍କୁ ଆମେ ଭୁଲିଯାଉ। ’


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri