ନ୍ୟାୟ: ଦ ଜଷ୍ଟିଶର ଶୁଟିଂ ଶେଷ!

ମୁମ୍ବାଇ: ବଲିଉଡ୍ ଅଭିନେତା ସ୍ୱର୍ଗତ ସୁଶାନ୍ତ ସିଂ ରାଜପୁତଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିଶ’ର ଶୁଟିଂ ଶେଷ ହୋଇଛି । ଦିଲିପ ଗୁଲାଟିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ନଜର ଆସିବେ ଜୁବେର ଖାଁ ଓ ଶ୍ରେୟା ଶୁକ୍ଳା । ଏଥିରେ ସୁଶାନ୍ତଙ୍କ ଜୀବନର ସିକ୍ରେଟ ଷ୍ଟୋରୀକୁ ଉପସ୍ଥାପନ କରାଯିବ ବୋଲି ଜଣାପଡିଛି । ଆସନ୍ତା ଏପ୍ରିଲରେ ଏହା ବକ୍ସ ଅଫିସରେ ରିଲିଜ୍ ହେବାର ଯୋଜନା ରହିଛି । ଜୁବେର ସୁଶାନ୍ତଙ୍କ ଭୂମିକାରେ ନଜର ଆସୁଥିବା ବେଳେ ଶ୍ରେୟା ଅପୋଜିଟ୍ ରିୟା ଚକ୍ରବର୍ତ୍ତିଙ୍କ ଭୂମିକାରେ ନଜର ଆସିବେ । ଏଥିରେ ଉଭୟ ସୁଶାନ୍ତ ଓ ରିୟାଙ୍କ ଜୀବନୀ ଏବଂ ସେମାନଙ୍କ ରିଲେସନଶିପକୁ ଦେଖାଯିବ ବୋଲି କୁହାଯାଉଛି । ନିକଟରେ ଜୁବେର ଦେଇଥିବା ଏକ ସାକ୍ଷାତ୍‌କାରରେ କହିଛନ୍ତି, ଫିଲ୍ମ ସୁଶାନ୍ତ ଓ ରିୟାଙ୍କ କେମେଷ୍ଟ୍ରି ଓ ବଣ୍ଡିଂ ଉପରେ ଆଧାରିତ । ଜୁବେଦ ସୁଶାନ୍ତଙ୍କୁ ୨୦୧୫ ମସିହାରୁ ଜାଣିଥିଲେ ଯେତେବେଳେ ସେ ମାର୍ଶାଲ ଆର୍ଟ ଟ୍ରେନିଂ ନେଉଥିଲେ । ଏହାପରେ ସେ ଧାରାବାହିକ ‘ପବିତ୍ର ରିସ୍ତା’ରେ ମୁଖ୍ୟ ଭୂମିକାରେ ଅଭିନୟ ବି କରୁଥିଲେ । ଏବେ ଜୁବେର ସୁଶାନ୍ତଙ୍କ ଚରିତ୍ରରେ ଅଭିନୟ କରୁଥିବାରୁ ନିଜକୁ ଭାଗ୍ୟବାନ ବୋଲି ମନେ କରନ୍ତି । ଯଦିଓ କିଛିଦିନ ହେବ ସେ ସୁଶାନ୍ତଙ୍କ ସମ୍ପର୍କରେ ନ ଥିଲେ ତଥାପି ୫ ବର୍ଷ ପୂର୍ବେ ସେ ତାଙ୍କୁ ଭଲଭାବେ ଜାଣିଥିବା ପ୍ରକାଶ କରିଛନ୍ତି । ଏହା ସୁଶାନ୍ତଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ବୋଳି ଜୁବେର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri